ଓଜେଇଇ, ୫୫ ହଜାର ୩୬୨ଙ୍କୁ ମିଳିଲା ରାଙ୍କ

ଭୁବନେଶ୍ୱର: ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶ ପାଇଛି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓଜେଇଇ-୨୦୨୫ ଫଳାଫଳ ଘୋଷଣା କରିବା ସହିତ ଫଳାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ୧୭ଟି ବୈଷୟିକ ଏବଂ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ପରୀକ୍ଷା ହୋଇଥିଲା। ସମସ୍ତ ପାଠ୍ୟକ୍ରମ ପାଇଁ କମ୍ପ୍ୟୁଟର ଆଧାରିତ ପରୀକ୍ଷା ମାଧ୍ୟମରେ ପ୍ରବେଶିକା ପରୀକ୍ଷା କରଯାଇଥିଲା। ଚଳିତ ବର୍ଷ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲା ସହିତ ରାଜ୍ୟ ବାହାରେ ୩ଟି ସହରରେ ମୋଟ ୭୦ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା।
ଚଳିତ ବର୍ଷ ଏହି ପ୍ରବେଶିକା ପରୀକ୍ଷା ପାଇଁ ୯୨ ହଜାର ୪୮୮ ଜଣ ପରୀକ୍ଷାର୍ଥୀ ପଞ୍ଜିକରଣ କରିଥିବା ବେଳେ ୮୦ ହଜାର ୩୨୪ ଜଣ ପରୀକ୍ଷା ଦେଇଥିଲେ। ଆଜି ନର୍ସିଙ୍ଗ ପାଠ୍ୟକ୍ରମ ବ୍ୟତୀତ ଅନ୍ୟାନ୍ୟ ପାଠ୍ୟକ୍ରମରେ ୫୫ ହଜାର ୩୬୨ ଜଣ ପରୀକ୍ଷାର୍ଥୀଙ୍କୁ ନିଜ ନିଜର ପ୍ରଦର୍ଶନ ଅନୁଯାୟୀ ରାଙ୍କ ଦିଆଯାଇଛି। ନର୍ସିଙ୍ଗ ପାଠ୍ୟକ୍ରମର ଫଳାଫଳ ଡ଼ିଏମିଇଟି ତରଫରୁ ପ୍ରକାଶ କରାଯିବ।ପରୀକ୍ଷା ଫଳ ଅନୁଯାୟୀ, ଅନୁରାଗ ମିଶ୍ର ଏମ୍‌ବିଏ ଟପ୍ପର ହୋଇଥିବା ବେଳେ ଯତିନ ମେହେର ବି.ଫାର୍ମ, ଏସ୍‌. ସିସେନ୍ଦ୍ରି ଏମ୍‌ସିଏ, ହିତେଶ କୁମାର ଧଳ ଏମ୍‌.ଫାର୍ମ, ଅସ୍ମିତା ସୁବୁଦ୍ଧି ଏମ୍‌.ଆର୍କ ଓ ଉର୍ମିକାନ୍ତ ମଣିନନ୍ଦନ ସାହୁ ଏମ୍‌. ପ୍ଲାନ ପାଠ୍ୟକ୍ରମରେ ଟପ୍ପର ହୋଇଛନ୍ତି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ