ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: କାର୍ୟ୍ୟାନୁଷ୍ଠାନ ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଘଟଣାରେ ସେ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ଏହି ସମ୍ବେଦନଶୀଳ ଘଟଣାରେ ଅଭିଯୁକ୍ତମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ୟ୍ୟାନୁଷ୍ଠାନ ନେବା ପାଇଁ ମୁଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଦୃଢ଼ ଦାବି ଜଣାଉଛି। ମୁଁ ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ଏହା ସହ ପଶ୍ଚିମବଙ୍ଗର ସରକାରଙ୍କୁ ଯୋଗାଯୋଗ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଁ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ