ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ଵର,08/10: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମ୍ମିଳନୀ କକ୍ଷରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ୧) ପୁରୀସ୍ଥିତ ଗୁରୁ ରବୀନ୍ଦ୍ରନାଥ ଟାଗୋରଙ୍କ ବାସଗୃହ “ପାଥେର ପୁରୀ”ର ପୁନରୁଦ୍ଧାର କରାଯାଇ ଏହାକୁ ଗୁରୁଦେବଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସଂଗ୍ରହାଳୟରେ ପରିଣତ କରାଯିବ । ୨) ନଭେମ୍ବର ୫ ତାରିଖରୁ ଆରମ୍ଭ ହେଉଥିବା କଟକ ବାଲିଯାତ୍ରାରେ ଓଡ଼ିଆ ସାହିତ୍ୟର ଯୋଗଜନ୍ମା ଲେଖକ ଏବଂ ସେମାନଙ୍କ କୃତିକୁ ନେଇ ଏକ ବିଷୟବସ୍ତୁ ମଣ୍ଡପ “Theme Pavillion” ନିର୍ମାଣ କରାଯିବ। ଇଣ୍ଡୋନେସିଆକୁ ଚଳିତ ବର୍ଷ ସହଭାଗୀ ଦେଶ ହିସାବରେ ଆମନ୍ତ୍ରିତ କରାଯିବ ଏବଂ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଧୀନରେ ଦେଶର ଏକ ପ୍ରମୁଖ ରାଜ୍ୟକୁ ମଧ୍ୟ ସହଭାଗୀ ରାଜ୍ୟ ହିସାବରେ ଆମନ୍ତ୍ରିତ କରାଯିବ। ଦକ୍ଷିଣ ଏସିଆର କେତକ ରାଷ୍ଟ୍ରଙ୍କୁ ସେମାନଙ୍କର ସାଂସ୍କୃତିକ ଦଳ ପ୍ରେରଣ ନିମନ୍ତେ ମଧ୍ୟ ଅନୁରୋଧ କରାଯିବ । ୩) ଢେଙ୍କାନାଳର ଗଜଲକ୍ଷ୍ମୀ ପୂଜାକୁ ସହାୟତା ପ୍ରଦାନ ପରେ କେନ୍ଦ୍ରାପଡ଼ାର ମହାକାଳପଡ଼ାର ବିଧାୟକଙ୍କ ଅନୁରୋଧ କ୍ରମେ କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜା ନିମନ୍ତେ ସଂସ୍କୃତି ବିଭାଗ ତରଫରୁ ଆର୍ଥିକ ସହାୟତା ରାଶି ଯୋଗାଇଦିଆଯିବ। ୪) ସଂସ୍କୃତି ବିଭାଗ ଅଧିନସ୍ଥ ସଂସ୍କୃତି ବିଶ୍ବବିଦ୍ୟାଳୟ, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ, ବିଭୁତି କାନୁନଗୋ ଓ ଖଲ୍ଲିକୋଟ ଚାରୁ ଓ କାରୁକଳା ମହାବିଦ୍ୟାଳୟରେ ଖାଲିଥିବା ସମସ୍ତ ପଦବୀ ଅତିଶୀଘ୍ର ପୂରଣ କରାଯିବ। ୫) କେନ୍ଦ୍ରାପଡ଼ା ଜିଲ୍ଲାର କାଳିଦାସ ମନ୍ଦିରର ପୁନରୁଦ୍ଧାର ଦାୟିତ୍ଵ ରାଜ୍ୟ ପ୍ରତ୍ନତତ୍ତ୍ଵ ଗ୍ରହଣ କରିବ। ୬) ଭୁବନେଶ୍ଵରର ସୈନିକ ସ୍କୁଲ ନିକଟରେ ହେବାକୁଥିବା ଓଡ଼ିଆ ଅସ୍ମିତା ଭବନର ନିର୍ମାଣ କାର୍ଯ୍ୟକୁ ତ୍ବରାନ୍ଵିତ କରିବା ପାଇଁ ଓଡିଶା ସେତୁ ଓ ନିର୍ମାଣ ନିଗମକୁ ନିର୍ଦ୍ଦେଶ ଦିଆଯାଇଅଛି।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ