ଓଡ଼ିଶାରେ ଏବେ ଡବଲ ଇଞ୍ଜିନ ସରକାର, ହେଲେ ବିକାଶ କାଇଁ : ନବୀନ

ଭୁବନେଶ୍ୱର: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ସୁପ୍ରିମୋ ଶାସକ ଦଳକୁ ଟାର୍ଗେଟ କରି କଡ଼ା ସମାଲୋଚନା କରିଛନ୍ତି । ଡବଲ ଇଞ୍ଜିନ ସରକାରରେ ବିକାଶ କୁଆଡେ଼ ଗଲା ବୋଲି ନବୀନ ପ୍ରଶ୍ନ କରିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ଓଡ଼ିଶାରେ ଏବେ ଡବଲ ଇଞ୍ଜିନ ସରକାର । ହେଲେ ବିକାଶ କାଇଁ । ଚାଷୀଙ୍କୁ ସାର ମିଳୁନଥିବାବେଳେ ରାଜ୍ୟରେ ମଣ୍ଡି ଖୋଲୁ ନାହିଁ । ମିଶନ ଶକ୍ତି ମା’ମାନେ ହଇରାଣ ହରକତ ହେଉଥିବାବେଳେ ରାଜ୍ୟର ଯୁବସମାଜ ଏବେ ହତାଶ ହୋଇ ବୁଲୁଛନ୍ତି । ରାଜ୍ୟରେ ଆଇନଶୃଙ୍ଖଳା ନକହିବା ଭଲ । ରାଜ୍ୟରେ ମହିଳା ଅତ୍ୟାଚାର ବଢ଼ିବାରେ ଲାଗିଛି ବୋଲି ନବୀନ କହିଛନ୍ତି ।
ଅନ୍ୟପକ୍ଷରେ ବିଜେଡି ଅଛି ଓ ରହିବ । ଦଳର ପ୍ରତିଷ୍ଠା ଦିବସରେ ଏଭଳି କହି ନବୀନ ପଟ୍ଟନାୟକ ଅପପ୍ରଚାରକାରୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି । ସେ କହିଛନ୍ତି ଯେ କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି । ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି । କିନ୍ତୁ ବିଜେଡି ଅଛି ଓ ରହିବ । ବିଜେଡି ଶହେ ବର୍ଷ ଓଡ଼ିଶାବାସୀଙ୍କ ସ୍ୱର ହୋଇ ରହିବ । ବିଜେଡି ଗୋଟିଏ କିମ୍ବା ଦୁଇ ନେତା ଥିବା ଦଳ ନୁହେଁ ବୋଲି ନବୀନ କହିଛନ୍ତି । ଏହାଛଡ଼ା ନବୀନ କହିଛନ୍ତି ଯେ ବିଜେଡି ଓଡ଼ିଶାବାସୀଙ୍କ ଭାବାବେଗ ଓ ଗର୍ବ । ବିଜୁ ବାବୁଙ୍କ ଆଦର୍ଶରେ ବିଜେଡି ଓଡ଼ିଶାବାସୀଙ୍କ ସେବା କରିବ ।

  • Related Posts

    ପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି

    ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳମାନଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି । । ୱାର୍ଡମେମ୍ବର, ସରପଞ୍ଚ, ସମିତିସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ ଦିଆଯାଇଛି…

    Continue reading
    ବିଜେପିର ନୂତନ ରାଜ୍ୟ କାର୍ୟ୍ୟକାରିଣୀ କମିଟି ଘୋଷଣା

    ଭୁବନେଶ୍ଵର : ବିଜେପିର ନୂତନ ରାଜ୍ୟ କାର୍ୟ୍ୟକାରିଣୀ କମିଟି ଘୋଷଣା। ଗୁରୁବାର ରାତିରେ ରାଜ୍ୟ ସଭାପତି ମନମୋହନ ସାମଲ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । କମିଟିରେ ୭୨ ଜଣ ସଦସ୍ୟ ଅଛନ୍ତି । ଏଥିସହ ୩୮ ଜଣ ସ୍ୱତନ୍ତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ