ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ

ଓଡ଼ିଶାରେ ଆଉ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ ମଞ୍ଜୁରୀ ମିଳିଛି । ଏହାସହିତ ଆଉ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଧ୍ୟ ସିସିଇଏ ଅନୁମୋଦନ କରିଛନ୍ତି ।
ଓଡ଼ିଶାରେ ଯେଉଁ ୮ଟି ସ୍ଥାନରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ନୀତିଗତ ନିଷ୍ପତ୍ତି ହୋଇଛି ସେଗୁଡ଼ିକ ହେଲା ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ଓ ପାଟଣାଗଡ଼, ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ଓ ତାଳଚେର, ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗର, ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, କୋରାପୁଟ ଜିଲ୍ଲାର ଜୟପୁର ଓ ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧାରେ ଖୋଲିବ । ଏହି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ୫୮୭୨ କୋଟି ଟଙ୍କା ଓ ୨୮ଟି ନବୋଦୟ ସ୍କୁଲ ପ୍ରତିଷ୍ଠା ପାଇଁ ୨୩୫୯କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଖର୍ଚ୍ଚ ଭାରତ ସରକାର ବହନ କରିବେ ।
ସ୍ଥାନୀୟ ଲୋକମାନଙ୍କ ଦାବି ଓ ଆଶାଆକାଂକ୍ଷାକୁ ଦୃଷ୍ଟିରେ ଣଖି ସରକାର ଏହି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଏହାଦ୍ୱାରା ସହଜ ହେବ ।

ଓଡ଼ିଶାରେ ଶିକ୍ଷାର ବିକାଶ ଓ ଛାତ୍ରଛାତ୍ରୀମାନଙ୍କ ଉଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ପାଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ସୂଚନାଯୋଗ୍ୟ ଏବେ ସମଗ୍ର ଦେଶରେ ୧୨୫୬ଟି କେନ୍ଦ୍ରୀୟ ବିଦ୍ୟାଳୟ ରହିଛି । ବିଦେଶରେ ମସ୍କୋ, କାଠମାଣ୍ଡୁ ଓ ତେହରାନରେ ୩ଟି କେନ୍ଦ୍ରୀୟ ବିଦ୍ୟାଳୟ ଥିବାବେଳେ ମୋଟ ୧୩.୫୬ଲକ୍ଷ ଛାତ୍ରଛାତ୍ରୀ ଏହି ସମସ୍ତ କେନ୍ଦ୍ରୀୟ ବିଦ୍ୟାଳୟରେ ପାଠ ପଢ଼ୁଛନ୍ତି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ