ଓଡ଼ିଶାରେ ପୁଣି ବଢ଼ିବ ବର୍ଷା

ଭୁବନେଶ୍ୱର: ଓଡ଼ିଶାରେ ପୁଣି ବଢ଼ିବ ବର୍ଷା। ସେଣ୍ଟ୍ରାଲ ଇଣ୍ଡିଆ ଆଡ଼କୁ ଯାଇଥିବା ଘୂର୍ଣ୍ଣିବଳୟ ଏବେ ପୁଣି ଉତ୍ତର ଓଡ଼ିଶା ଆଡ଼କୁ ଫେରୁଥିବା ସୂଚନା ମିଳିଛି। ଏହାର ପ୍ରଭାବରେ୮ ତାରିଖରୁ ୧୧ ତାରିଖ ମଧ୍ୟରେ ବର୍ଷା ହେବ। ଉତ୍ତର ଓ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷିବ। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ। ୮ରୁ ୧୧ ତାରିଖ ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।
୯ ତାରିଖରେ ବାଲେଶ୍ୱର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ। ୧୦ ତାରିଖରେ ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ସେହିପରି ୧୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ଏହାରି ମଧ୍ୟରେ ଦକ୍ଷିଣ ଚାଇନା ସାଗର ଅଞ୍ଚଳରୁ ଆଉ ଏକ ପାଣିପାଗ ସିଷ୍ଟମ ଆସୁଥିବା କୁହାଯାଉଛି। ଏହି ସିଷ୍ଟମର ଗତିବିଧି ଏବେ ଜଟିଳ ରହିଛି। ୧୩ରୁ ୧୪ ତାରିଖ ଆଡ଼କୁ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ଲଘୁଚାପ ଏବଂ ଅଧିକ ଘନୀଭୂତ ହେଲେ ଅବପାତ କିମ୍ବା ଗଭୀର ଅବପାତ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ କହିଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ