ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

ଭୁବନେଶ୍ୱର: ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭୋଟ ଚୋରୀ ଉପାଖ୍ୟାନକୁ ନେଇ ରାଜ୍ୟ କଂଗ୍ରେସର ସାମ୍ୱାଦିକ ସମ୍ମିଳନୀ । ପିସିସି ସଭାପତି କହିଛନ୍ତି ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର । ନହେଲେ ଏଥର ରାଜ୍ୟରେ କଂଗ୍ରେସର ବିଧାୟକଙ୍କ ସଂଖ୍ୟା ୩୫-୪୦ରେ ପହଞ୍ଚିଥାନ୍ତା । ଗତ ନିର୍ବାଚନରେ ବିଜେଡି ସୁପ୍ରିମୋ ୨୦ଲୋକସଭା ସିଟ୍‌ କମ୍ପରମାଇଜ କରିଥିବାରୁ ବିଜେପି କେନ୍ଦ୍ରରେ ସରକାର କରିଛି । ଭୋଟ ଚୋରି ନେଇ ଗାଁ ସ୍ତରରେ ଲୋକଙ୍କୁ ସଚେତନ କରିବ କଂଗ୍ରେସ । ହେଲେ ଏହି ପ୍ରସଙ୍ଗରେ ବିଜେଡି କାହିଁକି ନୀରବ ବୋଲି ପ୍ରଶ୍ନ କରିଛନ୍ତି ପିସିସି ସଭାପତି । ଏହାର ଜବାବ ଦେଇ ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି, ବିଜେଡି ପକ୍ଷରୁ ଅମର ପଟ୍ଟନାୟକ ପୂର୍ବରୁ କହିଥିଲେ ଯେ ଭୋଟ ଜାଲିଆତି ହୋଇଛି । ଏହାକୁ ନ ଦେଖି ଲାଞ୍ଚନା ଆଣିବା ପିଲାଲିଆମି । ନିଜେ ବଳିୟାନ ହୁଅନ୍ତୁ, ବିଜେଡି କାନ୍ଧରେ ଲାଉ ହୁଅନ୍ତୁ ନାହିଁ ବୋଲି କହିଛନ୍ତି ଲେନିନ ମହାନ୍ତି ।

  • Related Posts

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୧୨ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଜି ଓଡ଼ିଶା, ପଞ୍ଜାବ ଏବଂ ଆନ୍ଧ୍ରପ୍ରଦେଶରେ ୪୬୦୦ କୋଟି ଟଙ୍କା ବ୍ୟୟରେ ୪ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍‌କୁ ଅନୁମୋଦନ ମିଳିଛି, ଯାହାକୁ ସ୍ୱାଗତ କରିଛନ୍ତି…

    Continue reading
    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଭୁବନେଶ୍ୱର, ୧୨/୦୮: ସମଗ୍ର ଓଡ଼ିଶାବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ସରକାର ସଙ୍କଳ୍ପବଦ୍ଧ। ରାଜ୍ୟରେ ଗ୍ରାମାଞ୍ଚଳରେ ଏହି କାର୍ଯ୍ୟକୁ ଉଚିତ ଭାବରେ କାର୍ଯ୍ୟକାରୀ କରି ସମସ୍ତ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ