ଓଡ଼ିଶାର ଦୁଇ ଜଣ ଶିକ୍ଷକ ପାଇବେ ଜାତୀୟ ଶିକ୍ଷକ ସମ୍ମାନ

ମାଲକାନଗିରି/କୋରାପୁଟ,24/08: ଜାତୀୟ ଶିକ୍ଷକ ସମ୍ମାନ-୨୦୨୫ ପାଇଁ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଓଡ଼ିଶାର ଦୁଇ ଜଣ ଶିକ୍ଷକଙ୍କୁ ସାମିଲ କରାଯାଇଛି। ସେମାନେ ହେଲେ ମାଲକାନଗିରିର ଶିକ୍ଷକ ବସନ୍ତ କୁମାର ରଣା ଓ କୋରାପୁଟ ଜିଲ୍ଲାର ତରୁଣ କୁମାର ଦାଶ। କୋଣ୍ଡେଲ ନୂତନ ସରକାରୀ ଉଚ୍ଚବିଦ୍ୟାଳୟର ଶିକ୍ଷକତା କରୁଛନ୍ତି ବସନ୍ତ। ସେହିପରି କୋରାପୁଟ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ଯାଳୟରେ ଶିକ୍ଷକ ଅଛନ୍ତି ତରୁଣ। ଆସନ୍ତା ଗୁରୁଦିବସରେ ଉଭୟଙ୍କୁ ରାଷ୍ଟ୍ରପତି ସମ୍ମାନିତ କରିବେ। ଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ହେବ ଏହି ସମାରୋହ।

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର କୁନି କୁନି ପିଲାଙ୍କୁ ଭଲ ପାଉଥିବା ଶିକ୍ଷକ ଓ ଶିକ୍ଷାକୁ ବୃତ୍ତି ଭାବେ ବାଛି ନେଇଥିବା ଶିକ୍ଷକ ବସନ୍ତ କୁମାର ରଣା ୨୦୨୫ ମସିହା ପାଇଁ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର। ମାଲକାନଗିରି ଜିଲ୍ଲାର କନ୍ଦେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ ବସନ୍ତ କୁମାର ରଣା ଚଳିତ ବର୍ଷ ପାଇଁ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସଦା ସର୍ବଦା ଚେଷ୍ଟିତ ଏହି ଶିକ୍ଷକ ଛାତ୍ରଛାତ୍ରୀମାନଙ୍କ ପାଇଁ ଉତ୍ସର୍ଗୀକୃତ। ସେ ଏହି ପୁରସ୍କାର ପାଇଁ ୫୦୦୦୦ ଅର୍ଥ ରାଶି ଓ ମାନ ପତ୍ର ୫ ସେପ୍ଟେମ୍ବର ୨୦୨୫ ଦିନ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଗ୍ରହଣ କରିବେ। ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ମାଲକାନଗିରି ଚିତ୍ତ ରଞ୍ଜନ ପାଣିଗ୍ରାହୀ ଉକ୍ତ ଶିକ୍ଷକଙ୍କୁ ଅଭିନନ୍ଦନ ଓ ଶୁଭକାମନା ଜଣାଇଛନ୍ତି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ