ଓଡ଼ିଶାର ଦୁଗ୍ଧ ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ ଟଙ୍କା

ଭୁବନେଶ୍ୱର: ଖୁବଶୀଘ୍ର ଓଡ଼ିଶାର୍ ଦୁଗ୍ଧ ଚାଷୀଙ୍କ ପାଇଁ ଡିବିଟି ଲାଗୁ କରାଯିବ । ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ଅନ୍ୟ ରାଜ୍ୟ ଭଳି ଓଡ଼ିଶାର ଦୁଗ୍ଧ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବ । ପଞ୍ଚାୟତ କ୍ଷୀର ଧାରା କେନ୍ଦ୍ରରେ କ୍ଷୀର ଦେଲେ ଦୁଗ୍ଧ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି ମନ୍ତ୍ରୀ ମଲ୍ଲିକ ସୂଚନା ଦେଇଛନ୍ତି ।

ସେହିପରି ସେ କହିଛନ୍ତି ଯେ ଖୁବଶୀଘ୍ର ର୍ମାେକଟକୁ ଆସିବ ଓମଫେଡ ପାଣି ଓ ଚକଲେଟ । ଏହାଛଡ଼ା ଖୋଲିବ ଓମଫେଡର ୩ ନୂଆ ଡାଏରୀ ପ୍ଲାଣ୍ଟ । ସମ୍ବଲପୁର, ବ୍ରହ୍ମପୁର ଓ ବାଲେଶ୍ୱରରେ ଏହି ୩ ନୂଆ ଡାଏରୀ ପ୍ଲାଣ୍ଟ ଖୋଲାଯିବ ବୋଲି ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ଓମଫେଡରେ କ୍ୱାଲିଟି ଓ କ୍ୱାଣ୍ଟିଟି ପାଇଁ ସିସିଟିଭି ପ୍ଲାଣ୍ଟକୁ ଜଗିବ । ଏହାଛଡ଼ା ମନ୍ତ୍ରୀ କହିଛନ୍ତି ଯେ ପଞ୍ଚାୟତଗୁଡ଼ିକରେ ଓମଫେଡ ପାର୍ଲର ଓ କ୍ଷୀର ଧାରା ମିଶନ ଖୋଲିବ । ଏବେ ୨୦ଟି କ୍ଷୀର ଧାରା କେନ୍ଦ୍ର ଖୋଲିଛି । ପର୍ଯ୍ୟାୟକ୍ରମ ଆଉ ଖୋଲିବ । ଓମଫେଡର ବକେୟା କମିଛି । ଏବେ ୨ କୋଟି ବକେୟା ରହିଛି । ନୋଟିସ ପରେ ୮୨ ଲକ୍ଷ ଆଦାୟ ହୋଇଛି । ୭ ଦିନରେ ନଦେଲ ଆକ୍ସନ ନିଆଯିବ ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଛନ୍ତି ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ