ଓଡ଼ିଶା ଅତିକ୍ରମ କରିବ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିଛି । ଅବପାତରେ ପରିଣତ ହୋଇଛି ସ୍ପଷ୍ଟଚିହ୍ନିତ ଲଘୁଚାପ । ଗତକାଲି ରାତି 11.30ରେ ଲଘୁଚାପଟି 10 କିଲୋମିଟର ବେଗରେ ପଶ୍ଚିମ ଦିଗରେ ଗତି କରି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ହୋଇଛି । ଆଜି ଏହା ପଶ୍ଚିମ ଆଡକୁ ଗତି କରି ପୁରୀ ଏବଂ କଳିଙ୍ଗପଟନମ୍ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ପରେ ଏହା ଧିରେ ଧିରେ ଦୁର୍ବଳ ହେବ । ଅବପାତ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ବେଳେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ ।ଲଘୁଚାପ ପ୍ରଭାବରେ ସକାଳୁ ସକାଳୁ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଭୁବନେଶ୍ବରରେ ପ୍ରବଳ ବର୍ଷା ହେଉଛି । ଲଘୁଚାପଟି ଓଡ଼ିଶା ଅତିକ୍ରମ କରିବା ବେଳେ ବର୍ଷାର ପରିମାଣ ଆହୁରି ବଢ଼ିବ । ବର୍ଷା ସାଙ୍ଗକୁ ବଜ୍ରପାତ ଓ ଘଣ୍ଟାପ୍ରତି 50-60 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । କିଛି ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କିଛି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ମାଲକାନଗିରି ଓ କଳାହାଣ୍ଡିରେ ଆସନ୍ତାକାଲି ପର୍ଯ୍ୟନ୍ତ ସମସ୍ତ ସରକାରୀ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ ।ଆଜି ସାରା ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ରହିବ । ଅତି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି 60 କିମି ବେଗରେ ପବନ ବହିବାକୁ ନେଇ ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ ଓ ଗଜପତିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ମଧ୍ୟ ବର୍ଷା ସହ 60 କିମି ବେଗରେ ଝଡ଼ି ପବନ ବହିବାର ସମ୍ଭାବନା ରହିଛି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ