ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ୟ୍ୟକ୍ରମରେ ଯୋଗ ଦେବାକୁ ସେ ଓଡ଼ିଶା ଆସିବେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ(ସୋଆ)ରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ଯୋଗ ଦେବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ନିକଟରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇଥିଲେ । ବର୍ଷ ପୂର୍ତ୍ତି କାର୍ୟ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲି । ଜୁନ୍ ୧୨, ୨୦ ବା ସେପ୍ଟେମ୍ବର ୧୭ରେ ଆସିବାକୁ ନିମନ୍ତ୍ରଣ କରିଛି । ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ବୋଲି ସମ୍ମତି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ(ପିଏମଓ)ରୁ ଏ ନେଇ ସୂଚନା ଦିଆଯାଇଛି । ତେବେ ପ୍ରଧାନମନ୍ତ୍ରୀ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ଆସିବେ ତାହା ଖୁବଶୀଘ୍ର ଚୂଡ଼ାନ୍ତ ହେବ ବୋଲି ଜଣାପଡ଼ିଛି । ସରକାରଙ୍କ ବର୍ଷପୂର୍ତ୍ତି କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଜୁନ୍ ୧୨ ବା ୨୦ ତାରିଖରେ ସେ ଆସିପାରନ୍ତି ।ପ୍ରଧାନମନ୍ତ୍ରୀ ଓଡ଼ିଶା ଆସି ଭୁବନେଶ୍ୱର ଓ ପୁରୀରେ ପୁନଃନିର୍ମାଣ ହୋଇଥିବା ବିଶ୍ୱସ୍ତରୀୟ ରେଳଷ୍ଟେସନକୁ ଲୋକାର୍ପଣ କରିବେ । ବିମାନବନ୍ଦର ଢାଞ୍ଚାରେ ଏହି ଦୁଇ ରେଳଷ୍ଟେସନକୁ ବିକାଶ କରାଯାଇଛି । ଭୁବନେଶ୍ୱରରେ ରେଳଷ୍ଟେସନ ପୁନଃବିକାଶ କାମ ସରି ଆସିଲାଣି । ପୁରୀରେ ପର୍ୟ୍ୟାୟକ୍ରମେ ବିଭିନ୍ନ ସୁବିଧାର ଲୋକାର୍ପଣ କରାଯିବ । ସେହିଭଳି ଭିଡ଼ମୁକ୍ତ ସହର ଯୋଜନା ବା ଡିକନଜେସନ ପ୍ଲାନ୍ ପାଇଁ ଭିତ୍ତିପ୍ରସ୍ତର ଦେବେ ବୋଲି ସୂଚନା ମିଳିଛି । ଏହି ଯୋଜନାରେ ୩୭ଟି ନୂଆ ରାସ୍ତା ଓ ଏକାଧିକ ଫ୍ଲାଏଓଭର ପାଇଁ ପ୍ରାୟ ୭୮୨୬ କୋଟି ଟଙ୍କା ଖର୍ଚ୍ଚ ହେବ । ପୁଣି ୬୦୦ କୋଟି ଟଙ୍କାରେ ଜୟଦେବବିହାର-ନନ୍ଦନକାନନ ଏଲିଭଟେଡ କରିଡର ପାଇଁ ପ୍ରଧାନମନ୍ତ୍ରୀ ଭିତ୍ତିପ୍ରସ୍ତର ଦେବେ । ଏକାମ୍ରକାନନ ପାର୍କ ପାଖରେ ନୂଆ କରି ତିଆରି ହେଉଥିବା ଆଇକନିକ୍ ଛକ ଓ ବାମପାଶ୍ୱ ର୍ ସମାନ୍ତରାଳ ରାସ୍ତାକୁ ପ୍ରଧାନମନ୍ତ୍ରୀ ଉଦ୍ଘାଟନ କରିବେ ।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ