ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି :ଲୋକସେବା ଭବନରେ ରାଜ୍ୟସ୍ତରୀୟ ପ୍ରସ୍ତୁତି

ଭୁବନେଶ୍ୱର: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କର ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ୟ୍ୟକ୍ରମ ରହିଛି କ୍ଷ ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ହୋଇଯାଇଛି କ୍ଷ
ବୈଠକରେ ଆଲୋଚିତ ସୂଚନା ଅନୁସାରେ ଜୁଲାଇ ୧୪ ତାରିଖ ସଂଧ୍ୟାରେ ମାନ୍ୟବର ରାଷ୍ଟ୍ରପତି ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ(ଏମ୍ସ), ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ ଏବଂ ଜୁଲାଇ ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି କ୍ଷ ପରେ ପରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାର୍ୟ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଜୁଲାଇ ୧୫ ତାରିଖ ଅପରାହ୍ଣରେ ମାନ୍ୟବର ରାଷ୍ଟ୍ରପତି କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ସେଠାରେ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥିଭାବେ ଯୋଗଦାନ କରିବା ସହ ‘‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’’ ପ୍ରଦାନ କରିବେ ।
ମାନ୍ୟବର ରାଷ୍ଟ୍ରପତି ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦର ଠାରେ ପହଁଚିବେ ଏବଂ ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସଂଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ କ୍ଷ ରାଷ୍ଟ୍ରପତିଙ୍କୁ ବିମାନ ବନ୍ଦର ନିକଟରୁ ପାଛୋଟି ଆଣିବା ଓ ପ୍ରତ୍ୟାବର୍ତ୍ତନ ସମୟରେ ମେଲାଣି ଦେବା ସହ ରାଜ ଭବନରେ ତାଙ୍କର ସାମୟିକ ରହଣି ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ଉତ୍ସବ ସ୍ଥଳରେ ଅଗ୍ନିଶମ ସେବା ବ୍ୟବସ୍ଥା, ସଡ଼କ ପଥରେ ଯାତ୍ରା ସମୟରେ କାର୍‌କେଡ୍‌ ପ୍ଲାନ, ଜରୁରୀ କାଳୀନ ଡାକ୍ତରୀ ଓ ସ୍ୱାସ୍ଥ୍ୟ ଯତ୍ନ ବ୍ୟବସ୍ଥା, କାର୍ୟ୍ୟକ୍ରମ ସ୍ଥଳକୁ ଯିବା ରାସ୍ତାର ଆବଶ୍ୟକ ମରାମତି ଓ ରକ୍ଷଣା ବେକ୍ଷଣ, ରାସ୍ତାର ପରିସ୍କାର ପରିଚ୍ଛନ୍ନତା, ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ସହ ଯଥେଷ୍ଟ ସଂଖ୍ୟକ ଅତିରିକ୍ତ ଜେନେରେଟର ବ୍ୟବସ୍ଥା ରଖିବା ସମ୍ପର୍କରେ ନିର୍ଦ୍ଦେଶ ଦିଆଯାଇଛି କ୍ଷ ବିଭିନ୍ନ ପ୍ରସ୍ତୁତି ପରିପ୍ରେକ୍ଷୀରେ ଆବଶ୍ୟକ ମତେ ବିକଳ୍ପ ବ୍ୟବସ୍ଥା ରଖାଯିବା ସହ ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ୟ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନ ପାଇଁ ମୁଖ୍ୟ ଶାସନ ସଚିବ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି କ୍ଷ
ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଶ୍ରୀ ସତ୍ୟବ୍ରତ ସାହୁ, ପୁଲିସ ମହା ନିର୍ଦ୍ଦେଶକ ଶ୍ରୀ ୱାଇ ବି ଖୁରାନିଆଙ୍କ ସମେତ ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ, କେନ୍ଦ୍ରାଞ୍ଚଳ ରାଜସ୍ବ ଆଯୁକ୍ତ, କଟକ ଓ ଖୋର୍ଦ୍ଧା ଜିଲ୍ଲାପାଳ ଓ ଅନ୍ୟ ସମ୍ପୃକ୍ତ କାର୍ୟ୍ୟାଳୟର ଉଚ୍ଚ କର୍ତ୍ତ୍ତୃପକ୍ଷମାନେ ବୈଠକରେ ଯୋଗ ଦେଇଥିଲେ କ୍ଷ

  • Related Posts

    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading
    ଗୁଳୁଗୁଳି; ୪୦ ଡିଗ୍ରୀ ଡେଇଁଲା ତାପମାତ୍ରା

    ଭୁବନେଶ୍ୱର: ଦିନରେ ଗରମ, ରାତିରେ ଝଡବର୍ଷା। ରାଜ୍ୟରେ ଜାରି ରହିଛି ଖରା ତାତି ସାଙ୍ଗକୁ ଝଡ଼ବର୍ଷା ପ୍ରଭାବ। ଅପରାହ୍ଣରେ ବଦଳି ଯାଉଛି ପାଗ। ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ଝଡ଼ବର୍ଷା ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ