ଓଡ଼ିଶା ଛାଡିଲା ମୌସୁମୀ

ଭୁବନେଶ୍ବର: ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କଲା ମୌସୁମୀ । ଚଳିତ ବର୍ଷ ମୌସୁମୀ ସଅଳ ଆସିଥିବା ବେଳେ ସ୍ବାଭାବିକ ସମୟରେ ଫେରିଛି । ଗତକାଲିଠୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ପ୍ରଥମ ଦିନରେ ଉତ୍ତର ଓଡ଼ିଶା ସମେତ ପଶ୍ଚିମ ଓଡି଼ଶାର କିଛି ଜିଲ୍ଲାରୁ ପ୍ରତ୍ୟାବର୍ତ୍ତନ କରିଛି ମୌସୁମୀ । ଅନ୍ୟପଟେ ଆସନ୍ତା ୨ ଦିନ ପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଂଶରୁ ବିଦାୟ ନେଇଛି । ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ଓ ସୁନ୍ଦରଗଡର କିଛି କିଛି ଜିଲ୍ଲାରୁ ମୌସୁମୀ ବିଦାୟ ନେଇଛି । ଆଗାମୀ ୨ରୁ ୩ ଦିନ ମଧ୍ୟରେ ଆଉ କିଛି ଜିଲ୍ଲାରୁ ମୌସୁମୀ ଫେରିବାର ସ୍ଥିତି ଅନୁକୂଳ ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୋସିଆଲ ମିଡିଆ ଢରେ ଦେଇଥିବା ସୂଚନା ଅନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ସମେତ ଛତିଶଗଡ, ତେଲେଙ୍ଗାନା, ମହାରାଷ୍ଟ୍ର ଓ ଉତ୍ତର ଭାରତର କିଛି ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରୁଛି । ଏହି ପ୍ରକିୟା ଅକ୍ଟୋବର ୧୩ରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ଭାବେ ବିଦାୟ ନେବ । କରୱାର, କାଲବୁର୍ଗି, ନିଜାମବାଦ, କାଙ୍କେର, କେନ୍ଦୁଝର, ସାଗର ଦ୍ବୀପ, ଗୌହାଟୀରୁ ପ୍ରତ୍ୟାବର୍ତ୍ତନ କରିଛି ।ଅନ୍ୟପଟେ ରାଜ୍ୟରେ ଆସନ୍ତା ୨ ଦିନ ପର୍ୟ୍ୟନ୍ତ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ମାଲକାନଗିରି, କୋରାପୁଟ, ଗଜପତି, ପୁରୀ ଜିଲ୍ଲାରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ବୌଦ୍ଧ ଜିଲ୍ଲାରେ ବର୍ଷା ସହ ଘଡଘଡି ବଜ୍ରପାତ ହେବାର ସମ୍ଭାବନା ରହିଛି ।ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ଅଛି ।୧୬ ଅକ୍ଟୋବରରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବାକି ଅନ୍ୟ ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବ ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ