ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ୍ ଏବଂ ୱାପକୋସ୍ ଲିମିଟେଡ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ।

ଭୁବନେଶ୍ୱର: ଭବିଷ୍ୟତର ଶକ୍ତି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ପାଇଁ ଭାରତର ପ୍ରତିବଦ୍ଧତା ସ୍ୱରୂପ, ଭାରତ ସରକାର ୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି ଉତ୍ସରୁ ୫୦୦ ଗିଗାୱାଟ କ୍ଷମତା ହାସଲ କରିବାର ଲକ୍ଷ୍ୟ ରଖିଛନ୍ତି । ଏହି ପରିପ୍ରେକ୍ଷିରେ ଆଜି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବଙ୍କ ଉପସ୍ଥିତିରେ ମୁଖୀଗୁଡ଼ାରେ ୬୦୦ ମେଗାୱାଟ କ୍ଷମତା ବିଶିଷ୍ଟ ଅପର ଇନ୍ଦ୍ରାବତୀ ପମ୍ପଡ଼ ଷ୍ଟୋରେଜ୍ ପ୍ରକଳ୍ପ ପରିଚାଳନା ପରାମର୍ଶ ସେବା ପାଇଁ ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ୍ ଏବଂ ୱାପକୋସ୍ (WAPCOS) ଲିମିଟେଡ୍ ମଧ୍ୟରେ ଏକ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଅପର ଇନ୍ଦ୍ରାବତୀ ପମ୍ପଡ଼ ଷ୍ଟୋରେଜ୍ ପ୍ରକଳ୍ପର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ୱାପକୋସ୍ ଦ୍ଵାରା ପ୍ରସ୍ତୁତ କରାଯାଇଛି ।

ଏହା ଏକ ବିଶାଳ ଶକ୍ତି ସଂରକ୍ଷଣ ପ୍ରଣାଳୀ ଯାହା ଗ୍ରୀଡରେ ଉପଲବ୍ଧ ତଳ ଜଳଭଣ୍ଡାରରୁ ଉପର ଜଳଭଣ୍ଡାରକୁ ପାଣି ପମ୍ପ ସାହାଯ୍ୟରେ ଉଠାଯାଏ ଏବଂ ସର୍ବାଧିକ ବିଦ୍ୟୁତ୍ ଚାହିଦା ସମୟରେ ବିଦ୍ୟୁତ ଉତ୍ପାଦନ ପାଇଁ ସେହି ପାଣିକୁ ତଳକୁ ଛଡ଼ାଯାଏ । ଓଏଚପିସି ଏହାର ୬୦୦ ମେଗାୱାଟ ପାରମ୍ପରିକ ଜଳ ବିଦ୍ୟୁତ୍ ଗୃହ ସହିତ ବିଦ୍ୟମାନ ଅପର ଇନ୍ଦ୍ରାବତୀ ଜଳ ବିଦ୍ୟୁତ୍ ପ୍ରକଳ୍ପ ନିକଟରେ ଏକ ପମ୍ପଡ୍ ଷ୍ଟୋରେଜ୍ ପ୍ରକଳ୍ପ ନିର୍ମାଣ କରୁଛି । ଏହି ସହଭାଗିତା ଦକ୍ଷତା ବୃଦ୍ଧି କରିବା ସହିତ ଓଡ଼ିଶାର ଶକ୍ତି କ୍ଷେତ୍ରକୁ ଆଗକୁ ବଢାଇବାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂହ ଦେଓ କହିଛନ୍ତି।
ଏହି ଚୁକ୍ତି ସ୍ୱାକ୍ଷରିତବେଳେ ଜଳସମ୍ପଦ ବିଭାଗ, ଶକ୍ତି ବିଭାଗ, ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ଼ର ନିର୍ଦ୍ଦେଶକ, ୱାପକୋସ୍ ର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ l

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ