ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

ଭୁବନେଶ୍ୱର: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟ ଘଟଣାକୁ ନେଇ ଉଠୁଛି ପଡୁଛି ସାରା ରାଜ୍ୟ । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଇନ୍ତି। ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ହଲ୍ଲାବୋଲ କରୁଛନ୍ତି । ଆଜି ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଓ ରାଜ୍ୟରେ ମହିଳାଙ୍କ ସମ୍ମାନ ଓ ସୁରକ୍ଷା ଦାବିରେ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ ରାଜନୈତିକ ଦଳ ।
ଦୋକାନ, ବଜାର, ଶିକ୍ଷାନୁଷ୍ଠାନ ସମେତ ସମସ୍ତ କାର୍ୟ୍ୟାଳୟ, ଅଦାଲତ, ବ୍ୟାଙ୍କ ଓ ବୀମା ଭଳି ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବନ୍ଦ ରଖିବା ପାଇଁ ଆହ୍ୱାନ ଦିଆଯାଇଛି । ରାଜଧାନୀ ସମେତ ସାରା ରାଜ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି କଂଗ୍ରେସ ଓ ୮ ରାଜନୈତିକ ଦଳ । ତେବେ ବନ୍ଦ ପାଳନରୁ ଅତ୍ୟାବଶ୍ୟକ ସେବା, ଆମ୍ୱୁଲାନ୍ସ, ରୋଗୀଙ୍କ ଚିକିତ୍ସା ଆଦି ବାଦ୍ ଦିଆଯାଇଥିବା ବନ୍ଦେ ଡାକରା ଦେଇଥିବା ଦଳ ସ୍ପଷ୍ଟ କରିଛନ୍ତି । ଦିନିକିଆ ବନ୍ଦକୁ ସଫଳ କରିବା ପାଇଁ ରାଜ୍ୟର ଜନସାଧାରଣଙ୍କୁ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି କଂଗ୍ରେସ ସମେତ ୮ ରାଜନୈତିକ ଦଳ । ବିଜେପି ସରକାରର କୁଶାସନ ବିରୋଧରେ ଏହି ବନ୍ଦ ମହିଳାଙ୍କ ସମ୍ମାନ ଓ ସୁରକ୍ଷା ପାଇଁ ଓଡ଼ିଶା ବନ୍ଦ ଲୋକଙ୍କର ହେଉ ବୋଲି ବିରୋଧୀମାନେ ଅପିଲ କରିଛନ୍ତି ।

  • Related Posts

    ରାସ୍ତା ସମ୍ପ୍ରସାରଣ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

    ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ ଜିଲ୍ଲାରେ କୋଇଲା ପରିବହନ ଏବଂ ଶିଳ୍ପ ଭିତ୍ତିଭୂମିକୁ ସଦୃଢ଼ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି । ଏହି ସମ୍ପର୍କରେ ଏକ ପତ୍ର ଲେଖି…

    Continue reading
    ୪ ତାରିଖ ଯାଏ ଝଡ଼ବର୍ଷା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ହିଟ୍‌ ଆଣ୍ଡ୍‌ ହ୍ୟୁମିଡିଟି ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ