ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ, ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା ଓ ବୈଠକ ଅନୁଷ୍ଠିତ ହେବ ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଓଡ଼ିଶା ପ୍ରତିନିଧିମଣ୍ଡଳୀ ‘ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC)’ର ବିଭିନ୍ନ ବ୍ୟବସାୟିକ ୟୁନିଟ୍ ଓ ଗ୍ରୁପ୍ କମ୍ପାନୀ ସହ ଆଲୋଚନା କରିବେ । ଓଡ଼ିଶାରେ ନିବେଶର ସୁଯୋଗ ଏବଂ ଶିଳ୍ପ ସହଭାଗିତାକୁ ସୁଦୃଢ଼ କରିବା ଉପରେ ଆଲୋଚନା ହେବ । ମୁଖ୍ୟମନ୍ତ୍ରୀ ଆବୁଧାବିସ୍ଥିତ ‘ଇଣ୍ଡିଆନ୍ ବିଜନେସ୍ ଆଣ୍ଡ ପ୍ରଫେସନାଲ୍ ଗ୍ରୁପ୍ (IBPG)’ ର ସଦସ୍ୟମାନଙ୍କ ସହ ଆଲୋଚନା କରିବେ। ଭାରତ-ୟୁଏଇ ବ୍ୟବସାୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ସହ ଓଡ଼ିଶାର ନିବେଶ ସମ୍ଭାବନାକୁ ଉପସ୍ଥାପନ କରାଯିବ । ବୋରୋଜ୍‌ର CEO ହାଜିମ୍ ସୁଲତାନ୍ ଅଲ୍ ସୁୱାଇଦିଙ୍କ ସହ ଉଚ୍ଚସ୍ତରୀୟ ଆଲୋଚନା ହେବ । ପେଟ୍ରୋକେମିକାଲ୍ କ୍ଷେତ୍ରରେ ଓଡ଼ିଶାରେ ନିବେଶ ଓ ସହଭାଗିତାର ସୁଯୋଗ ଉପରେ ଆଲୋଚନା କରାଯିବ ।ଓଡ଼ିଶା ପ୍ରତିନିଧିମଣ୍ଡଳୀ ୟୁଏଇର ପ୍ରମୁଖ ନିବେଶକାରୀ ସଂସ୍ଥାଗୁଡ଼ିକ ସହ ଆଲୋଚନା କରିବେ । ଓଡ଼ିଶାର ଶିଳ୍ପ କ୍ଷମତା, ଉଦୀୟମାନ କ୍ଷେତ୍ର ଏବଂ ନିବେଶ ସୁଯୋଗ ସମ୍ପର୍କରେ ଅବଗତ କରାଯିବ ।ଦୁବାଇରେ ଓଡ଼ିଶାର ‘ଏକ ଜିଲ୍ଲା, ଏକ ଉତ୍ପାଦ’ (ODOP) ଅଧୀନରେ ଥିବା ଉତ୍ପାଦଗୁଡ଼ିକର ପ୍ରଦର୍ଶନୀ ଉଦ୍‌ଘାଟିତ ହେବ। ଏହା ମାଧ୍ୟମରେ ଓଡ଼ିଶାର ପାରମ୍ପରିକ ଉତ୍ପାଦ, ହସ୍ତଶିଳ୍ପ ଏବଂ ସ୍ଥାନୀୟ ଉଦ୍ୟୋଗୀମାନଙ୍କ ଉତ୍ପାଦକୁ ୟୁଏଇ ବଜାରରେ ପ୍ରଦର୍ଶନ କରାଯିବ ।
ମୁଖ୍ୟମନ୍ତ୍ରୀ ଏବଂ ଓଡ଼ିଶା ପ୍ରତିନିଧିମଣ୍ଡଳୀ ଦୁବାଇସ୍ଥିତ ଭାରତୀୟ କନସଲ୍ ଜେନେରାଲ୍ ସହ ବୈଠକ କରିବେ । ଓଡ଼ିଶା-ୟୁଏଇ ସମ୍ପର୍କକୁ ଆହୁରି ମଜବୁତ କରିବା ସହ ପ୍ରତିଷ୍ଠାନଗତ ଓ ସମୁଦାୟସ୍ତରୀୟ ସମ୍ପର୍କକୁ ସୁଦୃଢ଼ କରିବା ନେଇ ଆଲୋଚନା ହେବ ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ