ଓଡିଶାର ଯୁବବର୍ଗଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ଆମର ମୁଖ୍ୟ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାକୁ ଏକ ଶିଳ୍ପ ସମୃଦ୍ଧ ଅର୍ଥନୀତିରେ ପରିଣତ କରିବା ଏବଂ ବିଶ୍ୱସ୍ତରୀୟ ପୁଞ୍ଜିନିବେଶକୁ ଆକୃଷ୍ଟ କରିବା ଦିଗରେ ଆଜି ରାଜ୍ୟ ଶିଳ୍ପ ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଯାଇଛି।

ଆଜି ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଆୟୋଜିତ, ଓଡ଼ିଶା ସରକାରଙ୍କ ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଛି।

ଏହି ପ୍ରସ୍ତାବିତ ପ୍ରକଳ୍ପରେ ପ୍ରାୟ ୧୧.୫ ବିଲିୟନ ଆମେରିକୀୟ ଡଲାର ଅର୍ଥାତ ପ୍ରାୟ ୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ୨୦୩୬ ସୁଦ୍ଧା ଏକ ସମୃଦ୍ଧ, ଆଧୁନିକ ଓ ସମାବେଶୀ ଓଡିଶା ଗଠନ କରିବା ପାଇଁ ଆମର ଉଦ୍ୟମ ସଫଳତାର ସହ ଜାରି ରହିଛି ବୋଲି କହିଛନ୍ତି । ଓଡ଼ିଶାର ସମ୍ବଳ ଓ ପ୍ରତିଭା ସହ ମଧ୍ୟ-ପ୍ରାଚ୍ୟର ପୁଞ୍ଜି ଓ ପ୍ରଯୁକ୍ତି ବିଦ୍ୟାର ସମନ୍ୱୟରେ ଏକ ସମୃଦ୍ଧ ପାର୍ଟନରସିପ୍ ଗଠନ ହେବ ବୋଲି ଦୃଢ଼ ଆଶା ପ୍ରକଟ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପ୍ରକଳ୍ପ ମାଧ୍ୟମରେ ଓଡ଼ିଶାରେ ବକ୍ସାଇଟ୍ ଖଣି କାର୍ଯ୍ୟ, ଆଲୁମିନା ରିଫାଇନିଂ, ଆଲୁମିନିୟମ୍ ସ୍ମେଲଟିଙ୍ଗ, କ୍ୟାପ୍ଟିଭ୍ ପାୱାର୍ ପ୍ଲାଣ୍ଟ ସମେତ ଡାଉନ୍‌ଷ୍ଟ୍ରିମ୍ ଆଲୁମିନିୟମ୍ ଉତ୍ପାଦନ ଓ ଭିତ୍ତିଭୂମିର ବିକାଶ କରାଯିବ।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି, ଏହି ମେଗା ପ୍ରକଳ୍ପ ଦ୍ୱାରା ନିର୍ମାଣ ପର୍ଯ୍ୟାୟରେ ପ୍ରାୟ ୩୫,୦୦୦ ଏବଂ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ପରେ ପ୍ରାୟ ୧୮,୫୦୦ ଲୋକଙ୍କୁ ମିଶାଇ ସମୁଦାୟ ୫୩,୫୦୦ରୁ ଉର୍ଦ୍ଧ୍ୱ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ରାଜ୍ୟର ଖଣିଜ ସମ୍ବଳରୁ କେବଳ ରପ୍ତାନି ନୁହେଁ, ବରଂ ବ୍ୟାପକ ମୂଲ୍ୟ ସଂଯୋଜନ (Value Addition) ମାଧ୍ୟମରେ ଶିଳ୍ପାୟନ ଏବଂ ଯୁବପିଢ଼ିଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବା ଆମ ସରକାରଙ୍କ ମୂଳ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ବିଶ୍ୱସ୍ତରରେ ବର୍ତ୍ତମାନ ‘ଗ୍ରୀନ୍ ମେଟାଲ୍ସ’ ଓ ପରିବେଶ ଉପଯୋଗୀ ଶିଳ୍ପାୟନର ଧାରା ସୃଷ୍ଟି ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ଦିଗରେ ଓଡିଶା ବର୍ତ୍ତମାନ ଏକ ଅଗ୍ରଣୀ ଭୂମିକା ନେବା ପାଇଁ ଉଦ୍ୟମ ଆରମ୍ଭ କରିଛି। ଏହି ପ୍ରକଳ୍ପ ଆମର ଏ ଲକ୍ଷ୍ୟ ପୂରଣ କରିବା ଦିଗରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ଆମ ସରକାର ‘ସମୃଦ୍ଧ ଓଡ଼ିଶା ୨୦୩୬’ ଏବଂ ‘ବିକଶିତ ଭାରତ ୨୦୪୭’ର ସଂକଳ୍ପ ନେଇ ଆଗକୁ ବଢ଼ୁଛି। ଓଡ଼ିଶା ଗଠନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ୨୦୩୬ ମସିହା ସୁଦ୍ଧା ରାଜ୍ୟକୁ ଏକ ଶିଳ୍ପରେ ଅଗ୍ରଣୀ ଅଞ୍ଚଳ ଭାବେ ଗଢ଼ିତୋଳିବାକୁ ସରକାର ବଦ୍ଧପରିକର। IHC ଗ୍ରୁପ୍ ସହିତ କେବଳ ଆଲୁମିନିୟମ୍ ପ୍ରକଳ୍ପ ନୁହେଁ, ବରଂ ଗବେଷଣା ଓ ବିକାଶ (R&D), ମେଟାଲର୍ଜି, ଡିଜିଟାଲ୍ ସିଷ୍ଟମ୍ ଏବଂ ଗ୍ଲୋବାଲ୍ କ୍ୟାପାବିଲିଟି ସେଣ୍ଟର (GCC) ଭଳି ଉଦୀୟମାନ କ୍ଷେତ୍ରରେ ମଧ୍ୟ ସହଯୋଗ ବୃଦ୍ଧି କରାଯିବ। ପ୍ରକଳ୍ପର ସଫଳତା ପାଇଁ ଜମି, ଜଳ, ବିଦ୍ୟୁତ, ଲଜିଷ୍ଟିକ୍ସ ଏବଂ ସରକାରୀ ମଞ୍ଜୁରୀ ଭଳି ସମସ୍ତ ଆନୁଷଙ୍ଗିକ ସୁବିଧା ଓଡ଼ିଶା ସରକାରଙ୍କ ପକ୍ଷରୁ ଏକ ସମନ୍ୱିତ ଏବଂ ସମୟବଦ୍ଧ ଭାବରେ ଯୋଗାଇ ଦିଆଯିବ ବୋଲି ସେ ଆଶ୍ୱାସନା ଦେଇଛନ୍ତି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ