ଓପିଏସ୍‌ସି ମେନ୍ ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଓପିଏସ୍‌ସି ଅଧ୍ୟକ୍ଷଙ୍କୁ ସାଂସଦଙ୍କ ଚିଠି

ବାତ୍ୟା ପରେ ଦକ୍ଷିଣ ଓଡ଼ିଶାରେ ଯୋଗାଯୋଗ ବ୍ୟବସ୍ଥା ପ୍ରଭାବିତ। ଏଭଳି ସ୍ଥିତିରେ ପରୀକ୍ଷାର୍ଥୀଙ୍କ ଚିନ୍ତା ବଢ଼ାଇଛି ଓପିଏସ୍‌ସି ମେନ୍ ପରୀକ୍ଷା । ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଓପିଏସ୍‌ସି ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲାକା । ଆସନ୍ତା ୩୧ ତାରିଖରେ ଜୟପୁରରେ ହେବାକୁ ଥିବା ଓପିଏସ୍‌ସି ପରୀକ୍ଷାକୁ ଘୁଞ୍ଚାଇବା ପାଇଁ ସେ ଓପିଏସ୍‌ସି ଅଧ୍ୟକ୍ଷ ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ଅନୁରୋଧ କରିଛନ୍ତି ।

ସାଂସଦଙ୍କ କହିବା ଅନୁସାରେ, ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ କ୍ଷୟକ୍ଷତି ହୋଇଛି। ବିଶେଷକରି କୋରାପୁଟ, ରାୟଗଡ଼ା, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ଯୋଗାଯୋଗ ବ୍ୟବସ୍ଥା ପ୍ରଭାବିତ ହୋଇଥିବାରୁ ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରରେ ଠିକ୍ ସମୟରେ ପହଞ୍ଚିବାରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ଏଭଳି ପରିସ୍ଥିତିରେ ପରୀକ୍ଷା କରାଗଲେ ଅନେକ ପରୀକ୍ଷାର୍ଥୀ ଅସୁବିଧାରେ ପଡ଼ିବା ଆଶଙ୍କା ରହିଛି । ତେଣୁ ପରୀକ୍ଷାର୍ଥୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ପରୀକ୍ଷା ତାରିଖ ପରିବର୍ତ୍ତନ କରିବାକୁ ସାଂସଦ ଅନୁରୋଧ କରିଛନ୍ତି । ସୂଚନାଯୋଗ୍ୟ, ବାତ୍ୟା ଯୋଗୁଁ ପୂର୍ବରୁ ମଧ୍ୟ ଦୁଇଟି ପରୀକ୍ଷାର ତାରିଖ ଘୁଞ୍ଚାଯାଇଥିଲା । ଏବେ ଜୟପୁରରେ ହେବାକୁ ଥିବା ପରୀକ୍ଷାକୁ ନେଇ ମଧ୍ୟ ଦାବି ଉଠିଛି ।

  • Related Posts

    ଭିଜିଲାନ୍ସ ପଞ୍ଝାରେ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର

    କଟକ : ଲକ୍ଷେ ଟଙ୍କା ଲାଞ୍ଚ ନେଉଥିଲେ, ମାଡ଼ି ବସିଲା ଭିଜିଲାନ୍ସ । ଲାଞ୍ଚ ନେଇ ଧରା ପଡ଼ିଲେ କଟକ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା । ଜୁଲାଇରୁ ସେପ୍ଟେମ୍ଵର ମାସ ମଧ୍ୟରେ ବୃକ୍ଷରୋପଣ ସମ୍ପର୍କିତ ବିଲ୍ ପାସ୍…

    Continue reading
    ମାଲାଗୁଡ଼ାରେ କଲଭର୍ଟ ଧୋଇଗଲା, ଯୋଗାଯୋଗ ବିଚ୍ଛିନ୍ନ; କ୍ଷୟକ୍ଷତି ଅନୁଧ୍ୟାନ କଲେ ସାଂସଦ ପ୍ରତିନିଧି

    ରାଇକିଆ: ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲାର ରାଇକିଆ ବ୍ଲକ୍‌ରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଦୁଇ ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ ମିମି ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷା ଯୋଗୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ