ଓଲଟିଲା ତୀର୍ଥଯାତ୍ରୀ ବସ୍: ୬ ମୃତ, ୯ ଗୁରୁତର

ନୂଆଦିଲ୍ଲୀ: ପଞ୍ଜାବର ଫତେଗଡ଼ ସାହିବରେ ତୀର୍ଥଯାତ୍ରୀ ମାନଙ୍କୁ ନେଇ ଯାଉଥିବା ଏକ ବସ୍ ଓଲଟି ପଡ଼ିଛି। ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ କିଛି ଶିଶୁ ଏବଂ ମହିଳା ଥିବା ଜଣାପଡିଛି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମୋରିଣ୍ଡା ଏବଂ ଫତେଗଡ଼ ସାହିବର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଫତେଗଡ଼ ସାହିବରୁ ପ୍ରାୟ ୪୦ ଜଣ ଶ୍ରଦ୍ଧାଳୁ ବୈଶାଖୀ ମେଳା ଦେଖିବାକୁ ଯାଇଥିଲେ। ଫେରିବା ସମୟରେ, ବସ୍‌ଟି କୌଣସି ଯାନ୍ତ୍ରିକ ତ୍ରୁଟିରୁ ହଠାତ୍ ଏକ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇ ଓଲଟି ପଡ଼ିଥିଲା। ଗତକାଲି ବିଳମ୍ବିତ ରାତିରେ ହିମ୍ମତପୁରା (ଭାଟେରୀ) ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଆହତମାନଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ସେମାନଙ୍କର ଚିକିତ୍ସା ଚାଲିଛି। ମୃତକଙ୍କୁ ଚିହ୍ନଟ କରିବା ପ୍ରକ୍ରିୟା ଜାରି ରହିଛି। ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସ୍ଥାନୀୟ ବିଧାୟକ ରୂପିନ୍ଦର ସିଂହ ହାପି ଦୁର୍ଘଟଣା ଉପରେ ଦୁଃଖ ପ୍ରକାଶ କରିଛନ୍ତି।

  • Related Posts

    କେନ୍ଦ୍ର-ରାଜ୍ୟ ସମନ୍ୱୟରେ ଓଡ଼ିଶା କୃଷିରେ ନୂଆ ଦିଗନ୍ତ: ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର, ୨୦ ଏପ୍ରିଲ ୨୦୨୬: ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ କଟକ ସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ଠାରେ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର କୃଷକମାନଙ୍କ ପାଇଁ…

    Continue reading
    ଚୂଡ଼ାନ୍ତ ଚୁକ୍ତିନାମା ଏପର୍ୟ୍ୟନ୍ତ ବହୁତ ଦୂର: ଇରାନ

    ନୂଆଦିଲ୍ଲୀ: ଇରାନ ଏବଂ ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ୟ୍ୟାୟ ଶାନ୍ତି ଆଲୋଚନା ଖୁବ୍ ଶୀଘ୍ର ହେବାର ଆଶା କରାଯାଉଛି। ଇରାନ କହିଛି ଯେ ଆମେରିକା ସହିତ ଶାନ୍ତି ଆଲୋଚନାରେ ଅଗ୍ରଗତି ହୋଇଛି। କିନ୍ତୁ ଏକ ଚୂଡ଼ାନ୍ତ ଚୁକ୍ତିନାମା ଏପର୍ୟ୍ୟନ୍ତ ବହୁତ ଦୂରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ