ଓଲଟିଲା ବସ୍‌: ୨ ମୃତ

ବାଳକାଟି : ପିପିଲି ଥାନାର କୌଶଲ୍ୟାଗଙ୍ଗ ଫାଣ୍ଡି ଅନ୍ତର୍ଗତ ସିଫା ସମ୍ମୁଖରେ ଶନିବାର ରାତି ପ୍ରାୟ ୨ଟାରେ ଦୁର୍ଘଟଣା ଘଟିଛି। ବଙ୍ଗୀୟ ପର୍ୟ୍ୟଟକଙ୍କୁ ନେଇ ଭୁବନେଶ୍ବରରୁ ପୁରୀ ଅଭିମୁଖେ ଯାଉଥିବା ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ରୁ ଊର୍ଦ୍ଧ୍ବ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଗୁରୁତରଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ, ପୁଲିସ, ଅଗ୍ନିଶମ ବିଭାଗ ଆହତଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ପଠାଇଛନ୍ତି। ଦୁର୍ଘଟଣା ଯୋଗୁଁ ରାସ୍ତାର ଉଭୟ ପାର୍ଶ୍ବରେ ଗାଡ଼ିମୋଟର ଅନେକ ସମୟ ପର୍ୟ୍ୟନ୍ତ ଅଟକି ରହିଥିଲା। କ୍ରେନ୍‌ ଜରିଆରେ ଦୁର୍ଘଟଣାଗ୍ରସ୍ତ ବସ୍‌କୁ ରାସ୍ତାରୁ ହଟାଯାଇଥିଲା । ଘଟଣାସ୍ଥଳରେ ଜଣେ ମହିଳାଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ରାତି ପ୍ରାୟ ସାଢ଼େ ୩ଟା ପର‌୍ୟ୍ୟନ୍ତ ଉଦ୍ଧାର କାର୍ୟ୍ୟ ଜାରି ରହିଥିଲା।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ