କଂଗ୍ରେସ ଓ ବିଜେଡି‌ ଉପରାଷ୍ଟ୍ରପତିଙ୍କୁ ଅସମ୍ମାନ କରିଛନ୍ତି: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କଂଗ୍ରେସ ଓ ବିଜେଡି‌ ବିଧାୟକମାନେ ଯୋଗ ଦେଇନାହାନ୍ତି। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ବର୍ତ୍ତମାନର ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶପୂଜାରୀ। ସେ ଉଭୟ ବିରୋଧୀ କଂଗ୍ରେସ ଓ ବିଜେଡି‌ ଉପରେ ବର୍ଷିଛନ୍ତି। ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଉଭୟ ବିରୋଧୀ କଂଗ୍ରେସ ଓ ବିଜେଡି‌ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗ ନ ଦେଇ ରାଜନୈତିକ ଉଦ୍ଦେଶ୍ୟ ରଖି ଉପରାଷ୍ଟ୍ରପତିଙ୍କୁ ଅସମ୍ମାନ କରିଛନ୍ତି। ସେମାନେ ଭାବୁଛନ୍ତି, ସବୁ ଶିଖିସାରିଛନ୍ତି, ଆଉ କିଛି ଶିଖିବାର ଆବଶ୍ୟକତା ନାହିଁ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସାଂସଦ ଓ ବିଧାୟକମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ଉପରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ଉଭୟ କଂଗ୍ରେସ ଓ ବିଜେଡିରୁ ନିଲମ୍ବିତ ବିଧାୟକମାନେ ଯୋଗ ଦେଇଥିବାରୁ ସେମାନଙ୍କୁ ସାଧୁୂବାଦ ଜଣାଇଛନ୍ତି ମନ୍ତ୍ରୀ।

ସୂଚନାଯୋଗ୍ୟ, ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ବିଜେଡିରୁ ନିଲମ୍ବିତ ବିଧାୟକ ସୌଭିକ ବିଶ୍ବାଳ, ଦେବୀ ରଂଜନ ତ୍ରିପାଠୀ ଓ ଅରବିନ୍ଦ ମହାପାତ୍ର ପ୍ରମୁଖ ଯୋଗ ଦେଇଛନ୍ତି। ଏଣେ ବିଧାୟକ ନବ ମଲ୍ଲିକ ବି ସାମିଲ ହୋଇଛନ୍ତି। ଠିକ୍ ସେହିପରି କଂଗ୍ରେସରୁ ନିଲମ୍ବିତ କଟକ-ବାରବାଟୀ ବିଧାୟକ ସୋଫିଆ ଫିରଦୌସ୍ ବି ଏଥିରେ ଉପସ୍ଥିତ ଅଛନ୍ତି। ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ବ୍ରଜ ମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ ଓ ଉପ ବାଚସ୍ପତି ଭବାନୀଶଙ୍କର ଭୋଇ ବି ଉପସ୍ଥିତ ଅଛନ୍ତି। ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି।

  • Related Posts

    ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସାମିଲ ହେଲେ କଂଗ୍ରେସ ଓ ବିଜେଡିରୁ ନିଲମ୍ବିତ ବିଧାୟକ

    ଭୁବନେଶ୍ବର: ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କଂଗ୍ରେସ ଓ ବିଜେଡିରୁ ନିଲମ୍ବିତ ବିଧାୟକମାନେ ଯୋଗ ଦେଇଛନ୍ତି। ଏହି ଘଟଣା ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ବିଜେଡିରୁ ନିଲମ୍ବିତ ବିଧାୟକ ସୌଭିକ ବିଶ୍ବାଳ, ଦେବୀ…

    Continue reading
    ଭୋଗରାଇ ଗସ୍ତରେ ସୁଜାତା ରାଉତ

    ଭୋଗରାଇ ଗସ୍ତରେ ସୁଜାତା ରାଉତ। ସକାଳୁ ସକାଳୁ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ବାବା ଚନ୍ଦନେଶ୍ୱରଙ୍କ ଦର୍ଶନ କରି ଓଡ଼ିଶାବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ସୁଜାତା। ଏହାପରେ ଦେହୁର୍ଡା ହନୁମାନ ମନ୍ଦିର ନିକଟରୁ ଆରମ୍ଭ ହୋଇଥିଲା ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !