କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ ପାଇଲ୍ ଫାଉଣ୍ଡେସନ୍ ଏବଂ ଷ୍ଟିଲ୍ ସ୍ତମ୍ଭ ଏବଂ ଅନ୍ୟାନ୍ୟ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି, ୧୧.୦୮.୨୦୨୫ ରୁ ୨୧.୦୯.୨୦୨୫ ପର୍ଯ୍ୟନ୍ତ ୪୦ ଦିନ ପାଇଁ ଡାଇଭର୍ଟ ରୁଟ୍ ମାଧ୍ୟମରେ ତିନୋଟି ଦୂରଗାମୀ ଟ୍ରେନ ଚଳାଚଳ କରିବ।

ବାରଙ୍ଗ-କଟକ-କପିଲାସ ରୋଡ୍ ଦେଇ ନିର୍ଦ୍ଧାରିତ ପଥ ପରିବର୍ତ୍ତେ ବାରଙ୍ଗ-ନରାଜ ମାର୍ଥାପୁର-କପିଲାସ ରୋଡ୍ ଦେଇ ତିନୋଟି ଦୂରଗାମୀ ଟ୍ରେନ ଚଳାଚଳ କରିବ। କଟକ ଷ୍ଟେସନରେ ଏହି ଟ୍ରେନଗୁଡ଼ିକର ରହଣି ବାଦ୍ ଦିଆଯିବ ଏବଂ ୧୧ ଅଗଷ୍ଟରୁ ୨୧ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ନରାଜ ମାର୍ଥାପୁର ରେଳ ଷ୍ଟେସନରେ ଅସ୍ଥାୟୀ ରହଣି ଯୋଗାଇ ଦିଆଯିବ।

୧୨୫୧୫ କୋଏମ୍ବାଟୁର-ସିଲଚର ସାପ୍ତାହିକ ସୁପର-ଫାଷ୍ଟ ଏକ୍ସପ୍ରେସ, ୨୨୬୪୩ ଏର୍ଣ୍ଣାକୁଲମ-ପାଟନା ଦ୍ୱି-ସାପ୍ତାହିକ ଏକ୍ସପ୍ରେସ ଏବଂ ୧୨୫୦୯ ବେଙ୍ଗାଲୁରୁ-ଗୌହାଟି ତ୍ରି-ସାପ୍ତାହିକ ଏକ୍ସପ୍ରେସକୁ ୧୧ ଅଗଷ୍ଟରୁ ୨୧ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ କଟକ ରେଳ ଷ୍ଟେସନ ପରିବର୍ତ୍ତେ ନରାଜ ମାର୍ଥାପୁର ରେଳ ଷ୍ଟେସନରେ ରହଣି ପ୍ରଦାନ କରାଯିବ। ଏହି ତିନୋଟି ଏକ୍ସପ୍ରେସ ଟ୍ରେନ ଡାଇଭର୍ସନ ଅବଧି ସମୟରେ ୦୨.୩୫ ଘଣ୍ଟାରେ ନରାଜ ମାର୍ଥାପୁର ଠାରେ ପହଞ୍ଚିବ ଏବଂ ୦୨.୩୭ ଘଣ୍ଟାରେ ପ୍ରସ୍ଥାନ କରିବ।

କଟକ ରେଳ ଷ୍ଟେସନ ଏହାର ଭିତ୍ତିଭୂମିର ବିକାଶ ସହ ସାମଗ୍ରିକ ଯାତ୍ରୀ ଅଭିଜ୍ଞତାକୁ ଉନ୍ନତ କରିବା ଲକ୍ଷ୍ୟରେ ଏକ ଯୁଗାନ୍ତକାରି ପରିବର୍ତ୍ତନର ଯାତ୍ରା ଆରମ୍ଭ କରିଛି। ଏହି ପୁନଃବିକାଶ ପଦକ୍ଷେପଗୁଡ଼ିକ କଟକ ଷ୍ଟେସନର ସମସାମୟିକ ଅଭିମୂଖ୍ୟ ଏବଂ କଟକକୁ ଏହି ଅଞ୍ଚଳର ଏକ ପ୍ରମୁଖ ରେଳ ହବ୍ ଭାବରେ ସ୍ଥାପନ କରିବା ଦିଗରେ ପୂର୍ବତଟ ରେଳପଥର ଅଟଳ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।

  • Related Posts

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ଭୁବନେଶ୍ୱର,୧୨।୮: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର…

    Continue reading
    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ଭୁବନେଶ୍ୱର-୧୨/୦୮: ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରାଜ୍ୟରେ ନବୀକରଣୀୟ ଶକ୍ତି ଉତ୍ପାଦନ ଏବଂ ସଂରକ୍ଷଣ, ବିଶେଷକରି ବ୍ୟାଟେରୀ ଶକ୍ତି ସଂରକ୍ଷଣ ପ୍ରଣାଳୀ ଉପରେ ଏକ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଷ୍ଟ୍ରିଟ୍ ଲାଇଟ୍ ବିଷୟରେ ମଧ୍ୟ ଆଲୋଚନା କରାଯାଇଛି। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ