କଟନୀ ଛଟନୀ ସମ୍ପୂର୍ଣ୍ଣ ବନ୍ଦ ହେବ:ମନ୍ତ୍ରୀ

ଭୁବନେଶ୍ୱର:କଟନୀ ଛଟନୀ ସମ୍ପୂର୍ଣ୍ଣ ବନ୍ଦ ହେବ ହେବ ବୋଲି ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି । ଏହାସହ ସେ କହିଛନ୍ତି ଯେ ସୀମାବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଚେକିଂ କଡ଼ାକଡ଼ି କରାଯିବ । ସିସିଟିଭ ଲଗାଯିବ ସହ ପାଟ୍ରୋଲିଂ କରାଯିବ । ବାହାର ଗାଡ଼ି ଯେମିତି ପ୍ରବେଶ କରିପାରିବ ନାହିଁ ସେନେଇ ଦୃଷ୍ଟି ଦିଆଯିବ ।

ପ୍ରକାଶ ଯେ ଆସନ୍ତା ୨୦ ତାରିଖରୁ ବରଗଡ଼ରୁ ଆରମ୍ଭ ହେବ ଧାନ ସଂଗ୍ରହ। ନଭେମ୍ବର ୨୨ରେ ସମ୍ବଲପୁର ଏବଂ ପରେ ସବୁ ଜିଲ୍ଲାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଏଥିନିମନ୍ତେ ଆସନ୍ତା ୧୫ ତାରିଖରୁ ଚାଷୀଙ୍କୁ ଟୋକନ୍ ଦିଆଯିବ ଏବଂ ନଭେମ୍ବର ୨୦ରୁ ଡିସେମ୍ବର ୭ ତାରିଖ ଯାଏ ଧାନ ସଂଗ୍ରହ ଚାଲିବ ।

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୩ଶହ ଟଙ୍କା ପ୍ରଦାନ କରାଯିବ। ଡିସେମ୍ବର ୮ ତାରିଖରୁ ୨୩ଶହ ଟଙ୍କା ସହିତ ଅତିରିକ୍ତ ୮ଶହ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ ପ୍ରଦାନ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ଡିସେମ୍ବର ୮ରେ ବରଗଡ଼ ସୋହେଲାରେ ରାଜ୍ୟସ୍ତରୀୟ କୃଷକ ସମାବେଶ ହେବ । ଏହି ସମାବେଶରୁ କୁଇଣ୍ଟାଲ ପିଛା ଅତିରିକ୍ତ ୮ଶହ ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏଥିସହିତ ଜିଲ୍ଲାପାଳ ଚାହିଁଲେ ଟୋକନ ସମୟ ସୀମାକୁ ୭ ଦିନ ବୃଦ୍ଧି କରିପାରିବେ ଏବଂ ବାହାର ରାଜ୍ୟର ଧାନକୁ ରୋକିବାକୁ ସୀମାବର୍ତ୍ତୀ ଅଞ୍ଚଳରେ ପାଟ୍ରୋଲିଂ ହେବ ବୋଲି ମଧ୍ୟ ସୂଚନା ଦିଆଯାଇଛି ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ