କଡ଼ା କାର୍ୟ୍ୟାନୁଷ୍ଠାନ: ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ

ଭୁବନେଶ୍ୱର: ସରକାରୀ ନିର୍ଦ୍ଦେଶକୁ ଅବମାନନା । କଡ଼ା କାର୍ୟ୍ୟାନୁଷ୍ଠାନ ନେଲା ଉଚ୍ଚଶିକ୍ଷା ବିଭାଗ । ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବରେ ନିର୍ଦ୍ଦେଶ ଜାରି କରାଯାଇଛି ।
ସୂଚନା ମୁତାବକ, ସରକାରୀ ନିର୍ଦ୍ଦେଶକୁ ପାଳନ ନକରିବା ପଡ଼ିଲା ମହଙ୍ଗା । ଉଚ୍ଚଶିକ୍ଷା ବିଭାଗର ବାରମ୍ବାର ତାଗିଦ୍ ପରେ ବି ରାଜ୍ୟର ୬୩ଟି ବେସରକାରୀ ଅନୁଦାନ ପ୍ରାପ୍ତ କଲେଜ ଅଧ୍ୟକ୍ଷ ନିଜ କଲେଜ ଆକାଉଣ୍ଟକୁ କାପା ପୋର୍ଟାଲରେ ଅପଡ଼େଟ୍‌ କରିନାହାନ୍ତି । ତେଣୁ ୨୦୨୪-୨୫ ବର୍ଷ ପାଇଁ କଲେଜ ଆକାଉଣ୍ଟ ଅପଡେଟ୍‌ କରିବାକୁ ନିର୍ଦ୍ଦେଶ ଥିଲେ ବି ଏସବୁକୁ କଲେଜ ଅଧ୍ୟକ୍ଷ ମାନିନାହାନ୍ତି। ଯେଉଁଥିପାଇଁ ଚଳିତ ମାସ ଠାରୁ ଅନିର୍ଦ୍ଦିଷ୍ଟ ସମୟ ଯାଏଁ ବିଭାଗ ଦରମା ବନ୍ଦ ରଖିଛି । ଯାଜପୁର ଜିଲ୍ଲାର ସର୍ବାଧିକ ୧୧ଟି କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କରାଯାଇଛି। ଏନେଇ ବିଭାଗ ପକ୍ଷରୁ ବିଧିବଦ୍ଧ ନିର୍ଦ୍ଦେଶ ଜାରି କରାଯାଇଛି।

  • Related Posts

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ଝାରସୁଗୁଡା: ଝାରସୁଗୁଡା ସହରର ବୃନ୍ଦାବନ କଲୋନୀ ରାସ୍ତାରେ ଶନିବାର ଏକ ଘରୋଇ ବସ୍‌ରେ ନିଆଁ ଲାଗିବାରୁ ହୁତୁହୁତୁ ହୋଇ ଜଳି ଯାଇଛି । ବସ୍‌ରେ କେହି ନ ଥିବାରୁ ବିଶେଷ କ୍ଷତି ହୋଇନାହିଁ । ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି…

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ନୂଆପଡ଼ :ଟ୍ରକ ଧକ୍କାରେ ଚାଲିଗଲା ମାମୁ ଓ ଭଣଜାଙ୍କ ଜୀବନ । ନୂଆପଡ଼ା ଜାତୀୟ ରାଜପଥ ୩୫୩ କ୍ରିଷ୍ଣା ଛକ ସ୍ଥିତ ତେତେଲବନ୍ଧ ନିକଟରେ ଘଟିଛି ଦୁର୍ଘଟଣା । ମୃତକ କୋମନା ଥାନା ଖଇରଭାଡ଼ି ଗାଁର ପ୍ରେମ ମାଝୀ ଓ ଖୁଟଲୁ…

    Leave a Reply

    Your email address will not be published. Required fields are marked *

    You Missed

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨  ମୃତ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ  ସୁଭଦ୍ରା