କମିଲା ବର୍ଷା, ବଢିଲା ତାତି

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ। ତାପମାତ୍ରା ପ୍ରାୟ ୨ରୁ ୪ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇପାରେ। ଏଭଳି ପୂର୍ବାନୁମାନ ଦେଖାଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ମୌସୁମୀର ସାମୟିକ ବିରତି ଯୋଗୁ ରାଜ୍ୟରେ ବର୍ଷା କମିଛି। କିଛି କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇଛି ।ଶନିବାର ଦିନ ଭିତରେ ନୟାଗଡ଼ରେ ୧୭ ମିଲିମିଟର ମିମି ବର୍ଷା ହୋଇଥିବାବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା, ବରଗଡ଼, ଚାନ୍ଦବାଲି, କୋରାପୁଟରେ ଅସରାଏ ଲେଖାଏଁ ବର୍ଷା ହୋଇଛି। ନୟାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ଥିବାବେଳେ ବୌଦ୍ଧ ୩୬.୮, କୋରାପୁଟ ୩୬.୬, ତାଳଚେର ୩୬.୬, ଭୁବନେଶ୍ୱର ୩୬.୨, ବାଲେଶ୍ୱର ୩୬, ଚାନ୍ଦବାଲି ୩୫.୯ ଡିଗ୍ରୀ ସେଲସିୟସ୍‌ ଥିଲା। ଉପକୂଳ ଓଡ଼ିଶାରେ ଗୁଳୁଗୁଳି ବଢ଼ିଛି ।ପାଣିପାଗ ବିଭାଗ ଅନୁସାରେ ରବିବାର ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସମେତ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରିରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ହୋଇପାରେ।ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି, ବର୍ତ୍ତମାନ ପାଗରେ ବଡ଼ ପରିବର୍ତ୍ତନ ସମ୍ଭାବନା ନାହିଁ । କାଁ ଭାଁ ବର୍ଷା ହୋଇପାରେ । ଜୁନ୍‌ ୭ ତାରିଖରୁ ତାପମାତ୍ରା ବଢ଼ିବା ସହ ଗରମ ବୃଦ୍ଧି ପାଇବା ସମ୍ଭାବନା ଅଛି ।

  • Related Posts

    ମହିଳାଙ୍କୁ ଦଳିଦେଲା ଦନ୍ତା

    କୁଚିଣ୍ଡା : ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଗୋଡାଇ ଗୋଡାଇ ଦଳିଦେଲା ଦନ୍ତା । ମୃତ ମହିଳା ଜଣଙ୍କ ହେଲେ କୁଚିଣ୍ଡା ବନାଞ୍ଚଳ ସଇଡା ଗ୍ରାମର ଅଞ୍ଜଳି କୁସୁମ(୪୬ ବର୍ଷ) । ଗତକାଲି ଠାରୁ ଏକ ୬ ଟିକିଆ ହାତୀପଲ…

    Continue reading
    ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍

    ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ପ୍ରକଳ୍ପ ନିର୍ଦ୍ଦେଶକ। ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି । ସୁନ୍ଦରଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ