କଲା ଡି଼ଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା :ଛାତ୍ରଛାତ୍ରୀଙ୍କ ରାସ୍ତାରୋକ

ଦେବଗଡ଼:ଛାତ୍ର ସଂସଦ ନିର୍ବାଚନକୁ ନେଇ ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକର କଲା ପଞ୍ଚାୟତ ଡି଼ଗ୍ରୀ କଲେଜରେ ଆଜି ଉତ୍ତେଜନା ଦେଖାଦେଇଛି ।ନିର୍ବାଚନ ପ୍ରଚାର ସମୟରେ ଅଣଛାତ୍ରଙ୍କ ହସ୍ତକ୍ଷେପକୁ ନେଇ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ପାଟିତୁଣ୍ଡ ହୋଇଥିବା ଅଭିଯୋଗ ହୋଇଛି।ନିର୍ବାଚନ ପାଇଁ ପ୍ରଚାର ଚାଲିଥିବା ବେଳେ କିଛି ଅଣଛାତ୍ର ଆସି ପ୍ରଚାର କରୁଥିବା ନେଇ କେତେକ ଛାତ୍ରଛାତ୍ରୀ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଯାଇଥିଲେ ମଧ୍ୟ ଅଭିଯୋଗର ସମାଧାନ ନହେବାରୁ ଅସନ୍ତୋଷ ଦେଖାଦେଇଥିଲା। ଫଳରେ ଛାତ୍ରଛାତ୍ରୀମାନେ ୪୯ନମ୍ବର ଜାତୀୟ ରାଜପଥକୁ କିଛି ସମୟ ପାଇଁ ଅବରୋଧ କରିଥିଲେ। ଫଳରେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଥିଲା। ଖବରପାଇ ବାରକୋଟ ତହସିଲଦାର ରବୀନ୍ଦ୍ର ସାମଲ,ବାରକୋଟ ଥାନା ଆଇଆଇସି ସୁଶାନ୍ତ ବଢେଇ,କଲେଜ ଅଧ୍ୟକ୍ଷ ଶାନ୍ତନୁ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କୁ ବୁଝାସୁଝା କରିଥିଲେ।ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା। ଅନ୍ୟପଟେ ଏନେଇ କଲେଜରେ ଏକ ଶାନ୍ତି ‌ବୈଠକ ଅନୁଷ୍ଠିତ ହୋଇଥିଲା। କଲେଜରେ ଶାନ୍ତି ବଜାୟ ରଖିବା ସହ ନିର୍ବାଚନ ନିୟମ ଅନୁଯାୟୀ କାର୍ଯ୍ୟ କରିବାକୁ କଲେଜ କତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କୁ ଅନୁରୋଧ କରିଛନ୍ତି।

  • Related Posts

    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ବଲପୁର ସାଂସଦ

    ଭୁବନେଶ୍ୱର/ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ପ୍ରମୁଖ ଖଣି ଓ ଶିଳ୍ପାଞ୍ଚଳର ଜାତୀୟ ତଥା ରାଜ୍ୟ ରାଜପଥଗୁଡ଼ିକରେ ବାଣିଜ୍ୟିକ ଓ ବଡ଼ ବଡ଼ ଯାନଗୁଡ଼ିକର ବେଆଇନ ତଥା ବିପଦଜନକ ପାର୍କିଂ ଯୋଗୁଁ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି