କାନ୍ଥ ଭୁଶୁଡ଼ି ୨ ମହିଳା ମୃତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଲଖନା ଥାନା ପଟପରପାଲି ଗାଁରେ ଆଜି ସକାଳ ପ୍ରାୟ ୮ଟା ବେଳେ ଏକ ନିର୍ମାଣାଧୀନ କୁକୁଡ଼ା ଫାର୍ମର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି।

ମୃତ ମହିଳା ଦ୍ୱୟ ହେଉଛନ୍ତି ରୂପେ ଶବର ଓ ତାଙ୍କ ନାତୁଣୀ ବୋହୂ ବଳମତି ଶବର। ବଳମତିଙ୍କ ୫ ବର୍ଷର ଝିଅ ସିଦ୍ଧି ଅଳ୍ପକେ ଏହି ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ତେବେ ତାଙ୍କ ଅଣ୍ଟାରେ ଆଘାତ ଲାଗିଛି। ସେ ବି ମା’ ବଳମତି ସହିତ ଘଟଣାସ୍ଥଳରେ ଉପସ୍ଥିତ ଥିଲେ।

ରୂପେ ଓ ବଳମତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ପୁଲିସ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ନୂଆପଡ଼ା ଡାକ୍ତରଖାନାକୁ ପଠାଇଛି।

ବଳମତିଙ୍କ ସ୍ୱାମୀ ଦିବାକର ଶବର କହିଛନ୍ତି ଯେ ସରକାରଙ୍କଠାରୁ ସବ୍‌ସିଡି ପାଇ କୁକୁଡ଼ା ଫାର୍ମ କରିବା ପାଇଁ ଘରଟିଏ ତିଆରି କରୁଥିଲି। ଆଜି ସକାଳେ ଘରର ସମସ୍ତ ପୁରୁଷ ଲୋକ ଜମିକୁ ଯାଇଥିବା ବେଳେ ତାଙ୍କ ଜେଜେମା ଓ ପତ୍ନୀ ଉକ୍ତ ନିର୍ମାଣାଧୀନ ଘର ପାଖରେ କାମ କରୁଥିବା ବେଳେ ଗୋଟିଏ କାନ୍ଥ ଭୁଶୁଡ଼ି ପଡ଼ିଥିଲା। କାନ୍ଥଟି ପୂରା ସେମାନଙ୍କ ଉପରେ ପଡ଼ିଯାଇଥିଲା। ଝିଅ ବଞ୍ଚିଯାଇଛି। କିନ୍ତୁ ତା’ର ଅଣ୍ଟାରେ ଆଘାତ ଲାଗିଛି।

  • Related Posts

    ଖୁବଶୀଘ୍ର ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ

    ଭୁବନେଶ୍ୱର:ଖୁବଶୀଘ୍ର ଓଡ଼ିଆ ଆସି ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ ବ୍ରଜ ମୋହନ ରାମ। ନୂଆ ନିଯୁକ୍ତି ମିଳିବା ପରେ ପ୍ରଥମ ଥର ଗଣମାଧ୍ୟମକୁ ପ୍ରତିକ୍ରିୟାରେ ସେ କହିଛନ୍ତି, ସମନ୍ବୟ ରକ୍ଷା କରି କାମ କରିବେ। ଲୋକଙ୍କ ସେବା କରିବେ। ପରିସ୍ଥିତି…

    Continue reading
    ଜାନୁଆରୀ ୧୨ରୁ ବରଗଡ଼ ଧନୁଯାତ୍ରା

    ​​​​​​ବରଗଡ: ୨୦୨୭ ଜାନୁଆରୀ ୧୨ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । କଂସଙ୍କ ଶାସନରେ କମ୍ପିବ ମଥୁରା ନଗରୀ। ଧନୁଯାତ୍ରା ମହୋତ୍ସବ ସମିତି ତଥା ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ