କାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରର ସବୁ ସରକାରୀ ଅଫିସ ଛୁଟି

ଆସନ୍ତାକାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ଏହି ବିଜ୍ଞପ୍ତିରେ ଦର୍ଶାଯାଇଛି, ଆସନ୍ତାକାଲି ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ସମାବେଶରେ ପ୍ରଧାନମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବାରୁ ଅତ୍ୟଧିକ ଭିଡ଼ ଓ ଟ୍ରାଫିକ ସମସ୍ୟା ଉପୁଜିବାର ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଦିବସର ଦ୍ୱିତୀୟାର୍ଦ୍ଧକୁ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ରାଜସ୍ୱ ଏବଂ ମ୍ୟାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ପାଇଁ ଛୁଟି ଘୋଷଣା କରିଛନ୍ତି।

ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିପାଇଁ ଆସନ୍ତାକାଲି କଟକ ଓ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ଗତକାଲି କଟକ ଓ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଥିଲା।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ