କାହାକୁ ଦେଲେ ଭୋଟ୍ ଦେଲେ କହିଲେନି ଦାଶରଥୀ

ଭୁବନେଶ୍ୱର: ଭୋଟ୍ ଦେଲେ କଂଗ୍ରେସ ବିଧାୟକ ଦାଶରଥୀ ଗମାଙ୍ଗ ।ମୋହନା ବିଧାୟକ ଦାଶରଥୀଙ୍କ ରାଜ୍ୟସଭା ନିର୍ବାଚନ ଆଭିମୁଖ୍ୟକୁ ନେଇ ଗତ କିଛି ଦିନ ହେଲା ସନ୍ଦେହ ଜାରି ରହିଥିବା ବେଳେ, ସେ ଆଜି ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ରାଜ୍ୟସଭା ନିର୍ବାଚନ ପାଇଁ ଭୋଟ୍ ଦେଇଛନ୍ତି । ମତଦାନ ପରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ‘ମୁଁ ରାଜ୍ୟସଭା ନିର୍ବାଚନ ପାଇଁ ଭୋଟ୍ ଦେଲି । ପିସିସି ସଭାପତିଙ୍କ କହିବା ଅନୁସାରେ ମତଦାନ କରିଛି। ‘ ତେବେ କେଉଁ ପ୍ରାର୍ଥୀଙ୍କୁ ଭୋଟ୍ ଦେଇଛନ୍ତି ବୋଲି ସାମ୍ବାଦିକଙ୍କ ପ୍ରଶ୍ନକୁ ଏଡ଼ାଇ ଯାଇଥିଲେ ଦାଶରଥୀ । ସେହିପରି କଂଗ୍ରେସ ପକ୍ଷରୁ ତାଙ୍କୁ ଜାରି କରାଯାଇଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ଦେଇ ସାରିଛନ୍ତି ବୋଲି କହିଛନ୍ତି ଦାଶରଥୀ ।

ଆଜି ସକାଳ 9ଟାରୁ ଆରମ୍ଭ ହୋଇଛି ରାଜ୍ୟସଭା ନିର୍ବାଚନ ମତଦାନ ପ୍ରକ୍ରିୟା । ପ୍ରଥମେ ଭୋଟ ଦେଲେ ସଂସଦୀୟ ବ୍ୟପାର ମନ୍ତ୍ରୀ ମୁକେଶ ମହାଳିଙ୍ଗ । ଏହା ଅପରାହ୍ନ 4ଟା ପର୍ଯ୍ୟନ୍ତ ଜାରି ରହିବ । ଏହା ପରେ ପ୍ରକାଶ ପାଇବ ଫଳାଫଳ । 4ଟି ଆସନ ପାଇଁ ପ୍ରତିଦ୍ୱନ୍ଦ୍ବିତା କରୁଛନ୍ତି 5 ଜଣ ପ୍ରାର୍ଥୀ ।ବିଜେପି ଦୁଇଟି ଓ ବିଜେଡି ଗୋଟିଏ ଆସନ ନିଜ ଦଖଲକୁ ନେବା ଆପାତତଃ ସ୍ପଷ୍ଟ ହୋଇଥିବା ବେଳେ ଚତୁର୍ଥ ଆସନ ପାଇଁ ଜୋରଦାର ଟକ୍କର ହେଉଛି । ବିଜେପି ସମର୍ଥିତ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବନାମ ବିଜେଡି ଓ କଂଗ୍ରେସର ମିଳିତ ପ୍ରାର୍ଥୀ ଦତ୍ତେଶ୍ୱର ହୋତାଙ୍କ ମଧ୍ୟରେ ଲଢେଇ ହେଉଛି ।

  • Related Posts

    ପ୍ରଦୂଷଣ ଯାଞ୍ଚ କେନ୍ଦ୍ରରେ ପୁଣି ଭିଡ଼ ଲାଗିଲାଣି

    ଭୁବନେଶ୍ୱର : ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ଯାଞ୍ଚ ଆରମ୍ଭ ହୋଇଛି । ଟୋଲଗେଟ୍ ପାର୍ କଲେ, ମୋଟା ଅଙ୍କର ଇ-ଚାଲଣ କଟୁଛି । ହଜାରେ କି ଦୁଇ ହଜାର ନୁହେଁ, ଏକାବେଳକେ ୧୦ ହଜାର ଟଙ୍କା ଜରିମାନାର ମେସେଜ…

    Continue reading
    ଗ୍ୟାସ୍ କଳା ବଜାର ରୋକିବାକୁ ବାୟୋମେଟ୍ରିକ ବାଧ୍ୟତାମୂଳକ

    ଭୁବନେଶ୍ବର: ଇରାନ ଯୁଦ୍ଧ ପାଇଁ ଭାରତରେ ଏଲ୍‌ପିଜି ସଙ୍କଟ ଦେଖାଦେଇଥିବା ବେଳେ ପିଏନ୍‌ଜି ଗ୍ୟାସ୍ ସଂଯୋଗ ଉପରେ ସରକାର ଗୁରୁତ୍ବ ଦେଉଛନ୍ତି। ଏପରିସ୍ଥଳେ ଏଲପିଜି ସିଲିଣ୍ଡର କଳାବଜାରୀ ରୋକିବାକୁ ତୈଳ ଓ ଗ୍ୟାସ କମ୍ପାନୀଙ୍କ ପକ୍ଷରୁ ଗ୍ରାହକଙ୍କ ବାୟୋମେଟ୍ରିକ (ଆଙ୍ଗୁଠି ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ