କିଶୋରନଗରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

ଆଠମଲ୍ଲିକ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଅନୁଗୋଳ ଜିଲ୍ଲା ଆଠମଲ୍ଲିକ କିଶୋରନଗର ଠାରେ ଆୟୋଜିତ ‘ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୫’ରେ ଯୋଗଦେବା ସହ ଅଞ୍ଚଳର ପ୍ରଗତି ପାଇଁ ୧୧୮ କୋଟି ଟଙ୍କା ମୂଲ୍ୟର ୩୬ଟି ନୂତନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ୩୧ କୋଟି ଟଙ୍କାର ୨୨ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରାୟ ୧୫୦ କୋଟିରୁ ଅଧିକ ମୂଲ୍ୟର ଏହି ପ୍ରକଳ୍ପ ଗମନାଗମନ, ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ସାମାଜିକ କଲ୍ୟାଣ ସହ ଜଡ଼ିତ ଏହି ସମସ୍ତ ପ୍ରକଳ୍ପ ସାଧାରଣ ଜନତାଙ୍କ ଜୀବନଶୈଳୀରେ ବ୍ୟାପକ ସକାରାତ୍ମକ ପରିବର୍ତ୍ତନ ଆଣିବ । ସେ କହିଥିଲେ ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର କୃଷି କ୍ଷେତ୍ରର ବିକାଶ ଓ ଚାଷୀଙ୍କ ଆୟକୁ ଦୁଇଗୁଣା କରିବା ପାଇଁ ସଙ୍କଳ୍ପବଦ୍ଧ ଭାବେ କାର୍ୟ୍ୟ କରୁଛନ୍ତି । ଆଗାମୀ ଦିନରେ ଡବଲ ଇଞ୍ଜିନ ସରକାରଙ୍କ ସହଯୋଗରେ ଏହି ଜିଲ୍ଲାରେ ଜଳସେଚନ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରାଯିବା ସହ କୃଷିଜାତ ଦ୍ରବ୍ୟ, ଉଦ୍ୟାନ କୃଷି, ପଶୁପାଳନ, ମତ୍ସ୍ୟଚାଷ ଓ ଦୁଗ୍ଧ ଚାଷ ଭଳି ଆନୁଷାଙ୍ଗିକ କ୍ଷେତ୍ରରେ ଉତ୍ପାଦନ ବୃଦ୍ଧି ପାଇଁ ବିସ୍ତୃତ ଯୋଜନା ପ୍ରସ୍ତୁତ କରାଯିବ ।

ସୂଚନାଯୋଗ୍ୟ, ଏହି ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୫ ଅବସରରେ ଜିଲ୍ଲାର ବିକାଶ ପାଇଁ ମୋଟ ୧୪୯.୫୬ କୋଟି ଟଙ୍କାରୁ ଅଧିକ ବ୍ୟୟ ଅଟକଳରେ ୫୮ଟି ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି । ଏହି ପରିପ୍ରେକ୍ଷୀରେ ୧୧୮.୩୫ କୋଟି ମୂଲ୍ୟର ୩୬ଟି ନୂତନ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି, ଯେଉଁଥିରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗର ୫୦.୧୩ କୋଟିର ୫ଟି ପ୍ରକଳ୍ପ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ୩.୮୦ କୋଟିର ୧୮ଟି ପ୍ରକଳ୍ପ, ଗ୍ରାମ୍ୟ ଉନ୍ନୟନ ବିଭାଗର ୫୧.୪୦ କୋଟିର ୯ଟି ପ୍ରକଳ୍ପ, ଅନୁସୂଚିତ ଜାତି ଓ ଜନଜାତି ବିଭାଗର ୧୦.୧୬ କୋଟିର ୨ଟି ପ୍ରକଳ୍ପ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୨.୮୬ କୋଟି ମୂଲ୍ୟର ୨ଟି ପ୍ରକଳ୍ପ ଅନ୍ତର୍ଭୁକ୍ତ ରହିଛି ।

ଏହାସହ ଜନସାଧାରଣଙ୍କ ସେବା ନିମନ୍ତେ ୩୧.୨୧ କୋଟି ବ୍ୟୟରେ ନିର୍ମିତ ୨୨ଟି ପ୍ରକଳ୍ପର ଉଦଘାଟନ ମଧ୍ୟ କରାଯାଇଛି। ଏଥିରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗର ୧୩.୬୩ କୋଟିର ୨ଟି ପ୍ରକଳ୍ପ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ୨.୫୪ କୋଟିର ୧୪ଟି ପ୍ରକଳ୍ପ, ଗ୍ରାମ୍ୟ ଉନ୍ନୟନ ବିଭାଗର ୩.୧୫ କୋଟିର ୧ଟି ପ୍ରକଳ୍ପ, ଅନୁସୂଚିତ ଜାତି ଓ ଜନଜାତି ବିଭାଗର ୩.୮୧ କୋଟିର ୧ଟି ପ୍ରକଳ୍ପ, ସ୍କୁଲ ଓ ଗଣଶିକ୍ଷା ବିଭାଗର ୭.୧୬ କୋଟିର ୨ଟି ପ୍ରକଳ୍ପ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ୦.୯୨ କୋଟିର ୨ଟି ପ୍ରକଳ୍ପ ସାମିଲ ଅଛି । ଏହି ସମସ୍ତ ପ୍ରକଳ୍ପ ଅନୁଗୋଳ ଜିଲ୍ଲାର ଗମନାଗମନ, ସ୍ୱାସ୍ଥ୍ୟ, ଶିକ୍ଷା ଓ ସାମାଜିକ କଲ୍ୟାଣ କ୍ଷେତ୍ରରେ ଉନ୍ନତି ଆଣିବା ସହ ସାଧାରଣ ଜନତାଙ୍କୁ ବିଶେଷ ଭାବେ ଉପକୃତ କରିବ । ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳାରେ ୨୨୯ ହିତାଧିକାରୀମାନଙ୍କୁ ସରକାରୀ ସୁବିଧା ବିତରଣ ଯାଇଥିଲା ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ