କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି। ସରକାରୀ ଖର୍ଚ୍ଚରେ ବିଦେଶ କିମ୍ବା ଅନ୍ୟ ରାଜ୍ୟକୁ ଗସ୍ତ କରିଥିବା ଅଧିକାରୀମାନେ କ’ଣ ଶିଖିଲେ, କ’ଣ ଦେଖିଲେ ଏବଂ ତାହା ଓଡ଼ିଶାରେ କିପରି ପ୍ରୟୋଗ କରିବେ, ସେନେଇ ୭ ଦିନ ମଧ୍ୟରେ ରିପୋର୍ଟ ଦେବେ। ଗସ୍ତ ପରେ ରିପୋର୍ଟ ନଦେଇ ଚୁପ୍ ବସିଲେ ଆଉ ଚଳିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ।

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପ୍ରଶ୍ନ କରିଛନ୍ତି, “ଆମୋଦ ପ୍ରମୋଦ ପାଇଁ କ’ଣ ବାହାର ରାଜ୍ୟକୁ ଯାଉଛନ୍ତି? ଯଦି ଯାଉଛନ୍ତି, ତେବେ ରାଜ୍ୟରେ ଏହାର ପ୍ରତିଫଳନ କାହିଁକି ଦେଖାଯାଉନାହିଁ?” ସରକାରୀ ଅର୍ଥରେ ହେଉଥିବା ପ୍ରତ୍ୟେକ ଗସ୍ତର ଖର୍ଚ୍ଚ ଓ ଫଳାଫଳର ହିସାବ ଦେବାକୁ ସେ କହିଛନ୍ତି।

କେବଳ ବାହାର ଗସ୍ତ ନୁହେଁ, ପ୍ରତି ମାସରେ କରାଯାଉଥିବା ଫିଲ୍ଡ ଗସ୍ତର ରିପୋର୍ଟ ମଧ୍ୟ ଦାଖଲ କରିବେ କୃଷି ଅଧିକାରୀ। ଏଥିରେ ଅବହେଳା କଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦିଆଯାଇଛି।ମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ ସମୟରେ ଫୁଲତୋଡ଼ା, ଉତ୍ତରୀୟ କିମ୍ବା ଗାମୁଛା ଦେବା ପରିବର୍ତ୍ତେ ଅଞ୍ଚଳର କୃଷି ସମସ୍ୟା, ଫିଲ୍ଡ ରିପୋର୍ଟ ଓ ତଥ୍ୟ ପ୍ରଦାନ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।
ରାଜ୍ୟରେ ଶିଥିଳ ପଡ଼ିଥିବା ଶୀତଳ ଭଣ୍ଡାର ପ୍ରକଳ୍ପକୁ ନେଇ ମଧ୍ୟ ଉଦ୍ୟାନ କୃଷି ଅଧିକାରୀଙ୍କୁ ତାଗିଦ୍ କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ପ୍ରକଳ୍ପଗୁଡ଼ିକୁ ଗତି ଦେଇ କୃଷକଙ୍କ ପାଖରେ ଏହାର ଲାଭ ପହଞ୍ଚାଇବା ଉପରେ ଗୁରୁତ୍ୱ ଦିଆଯାଇଛି।

  • Related Posts

    ନାବାଳିକାଙ୍କୁ ଗଣଦୁଷ୍କର୍ମ , ଦୁଇ ନାବାଳକଙ୍କୁ ଧରିଲା ପୁଲିସ

    କଟକ : କଟକର ବାଦାମବାଡ଼ିରେ ଏକ ଲଜ୍ଜାଜନକ କାଣ୍ଡ ଘଟିଛି । ଜଣେ ନାବାଳିକାଙ୍କୁ ଦୁଇ ଜଣ ନାବାଳକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ କେନ୍ଦ୍ର କରି ବାଦାମବାଡ଼ି ଥାନାରେ ମାମଲା ରୁଜୁ ପରେ ପୁଲିସ ଦୁଇ…

    Continue reading
    ପ୍ରବଳରୁ ଅତି ପ୍ରବଳ ବର୍ଷା: ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ

    ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ଦିଲ୍ଲୀସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତା ୧୪ରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ