କୃଷି ଓ କୃଷକଙ୍କ ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ସମର୍ପିତ

ଭୁବନେଶ୍ୱର: କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଜେପି ସରକାର ସମର୍ପିତ । ଓଡ଼ିଶାରେ ବିଜେପି ସରକାର ଆସିବା ପରେ କୃଷି ଓ କୃଷକଙ୍କ ଦିନକୁ ଦିନ ଉନ୍ନତି ହେବାରେ ଲାଗିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କୃଷି ଓ କୃଷକର ଉନ୍ନତି ପାଇଁ ଅନେକ କୃଷି କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି । ଏସବୁ ଯୋଜନା କିପରି ରାଜ୍ୟର ଚାଷୀମାନଙ୍କ ପାଖରେ ପହଂଚିବ ସେନେଇ କାର୍ଯ୍ୟକର୍ତାମାନଙ୍କୁ ଦାୟିତ୍ୱ ଦିଆଯାଇଛି । ସରକାର ଓ ଚାଷୀଙ୍କ ମଧ୍ୟରେ କୃଷକ ମୋର୍ଚ୍ଚା ସେତୁ ପରି କାର୍ଯ୍ୟ କରିବ ବୋଲି ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ସାଙ୍ଗଠନିକ ବୈଠକରେ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ଶୁଭ୍ରାଂଶୁ ମୋହନ ପାଢ଼ୀ କହିଛନ୍ତି ।

ବୈଠକ ସଂପର୍କରେ ସୁଚନା ଦେଇ ଶ୍ରୀ ପାଢ଼ୀ କହିଛନ୍ତି ଯେ, ପୂର୍ବ ସରକାର ସମୟରେ କୃଷକମାନଙ୍କ ଉନ୍ନତି ଉପରେ ଧ୍ୟାନ ଦିଆଯାଉ ନଥିଲା । ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ କୃଷକ କଲ୍ୟାଣକାରୀ ଯୋଜନାଗୁଡ଼ିକ ଲୋକଙ୍କ ପାଖରେ ପହଂଚି ପାରୁନଥିଲା । ମୋଦିଜୀ କୃଷକମାନଙ୍କ ଆୟ ଦ୍ୱ୍‌୍‌ିଗୁଣିତ କରିବା ଉପରେ କାର୍ଯ୍ୟ କରୁଛନ୍ତି । ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କୃଷକଙ୍କ ସାମୁହିକ ବିକାଶ ପାଇଁ ବଦ୍ଧପରିକର । ରାଜ୍ୟର ସମସ୍ତ କୃଷକ ଯେପରି କଲ୍ୟାଣକାରୀ ଯୋଜନାଗୁଡ଼ିକର ଲାଭ ଉଠାଇପାରିବେ ସେନେଇ ସେମାନଙ୍କୁ ଅବଗତ କରାଇବା ପାଇଁ କୃଷକ ମୋର୍ଚ୍ଚା କାର୍ଯ୍ୟକର୍ତାଙ୍କୁ ଗୁରୁଦାୟିତ୍ୱ ଦିଆଯାଇଛି ।
ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ଶ୍ରୀ ମନମୋହନ ସାମଲ ବୈଠକରେ ଯୋଗଦେଇ ବିଭିନ୍ନ ଜିଲ୍ଲାରୁ ଆସିଥିବା ମୋର୍ଚ୍ଚାର କାର୍ଯ୍ୟକର୍ତାମାନଙ୍କ ମାର୍ଗଦର୍ଶନ କରିଥିଲେ । ମନ୍ତ୍ରୀ ଶ୍ରୀ ଗଣେଶରାମ ସିଂ ଖୁଂଟିଆ ଯୋଗଦେଇ ପରିବର୍ତୀତ ପରିବେଶ ଯୋଗୁ ଚାଷ ଉପରେ ପଡୁଥିବା ପ୍ରଭାବ ସମ୍ପର୍କରେ ଅବଗତ କରାଇଥିଲେ । ସାଂସଦ ଶ୍ରୀ ସୁକାନ୍ତ ପାଣିଗ୍ରାହୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷି, କୃଷକସଶକ୍ତିକରଣ ଉପରେ ବିଭିନ୍ନ ଯୋଜନା ଓ ତାର ସଫଳ ରୂପାୟନ ସମ୍ପର୍କରେ ଆଲୋକପାତ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ରାଜ୍ୟ ଉପସଭାପତି ଶ୍ରୀ ଶିବାଜୀ ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ସୀମାଂଚଳ ଖଟେଇ, ରାଜ୍ୟ ଉପସଭାପତି ଆଲୋକ ମହାନ୍ତି, କୃଷକ ମୋର୍ଚ୍ଚା ରାଜ୍ୟ ସାଧାରଣ ସମ୍ପାଦକ ଆର୍ତବନ୍ଧୁ ପୃଷ୍ଟି, ଶ୍ରୀକାନ୍ତ ମିଶ୍ର, ରାଜ୍ୟ ସଂପାଦିକା ସୁଚରିତା ଜେନାମଣି, କୋଷାଧ୍ୟକ୍ଷ ଶ୍ରୀ ବିଶ୍ୱଜିତ ସ୍ୱାଇଁ, ମିଡିଆ ସଂଯୋଜିକା ପୂର୍ଣ୍ଣବାସୀ ମହାପାତ୍ରଙ୍କ ସମେତ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀ ଓ ଜିଲ୍ଲା ସଭାପତି ଏବଂ ସାଧାରଣ ସମ୍ପାଦକମାନେ ଉପସ୍ଥିତ ଥିଲେ ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କେନ୍ଦ୍ର ବିରୋଧରେ ବର୍ଷିଲେ ରାଜା ସ୍ୱାଇଁ, କାହିଁକି ଜାଣନ୍ତୁ

    ଖଣିଜ ସମ୍ପଦ ଉପରେ ଓଡ଼ିଶାର ଅଧିକାର କ୍ଷୁର୍ଣ୍ଣ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର ବୋଲି କହି ବର୍ଷିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର ରାଜସ୍ୱ ଆଦାୟ କ୍ଷମତା ଉପରେ କଟକଣା ଲଗାଇବାକୁ କେନ୍ଦ୍ର ସରକାର ଉଦ୍ୟମ କରୁଥିବା ଅଭିଯୋଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ