କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ ଆଇପିଏସ୍‌ ମିତ୍ରଭାନୁ ମହାପାତ୍ର

ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନ୍‌ରେ ୫ ବର୍ଷ ପାଇଁ ଯାଉଛନ୍ତି ୨୦୧୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ମିତ୍ରଭାନୁ ମହାପାତ୍ର । କିଛି ଦିନ ତଳେ ସେ ଡେପୁଟେସନ୍‌ରେ ଯିବା ପାଇଁ ଲେଖିଥିଲେ । ଏହାକୁ ରାଜ୍ୟ ସରକାର ଅନୁମତି ଦେଇଥିଲେ । କେନ୍ଦ୍ରରୁ ବି ଅନୁମତି ମିଳିସାରିଛି । ସେ ଡେପୁଟେସନ୍‌ରେ ଯାଇ ବିଏସ୍‌ଏଫ୍‌ର ଡିଆଇଜି ଭାବେ କାମ କରିବେ । ଏନେଇ ଏମ୍‌ଏଚ୍‌ଏ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏବେ ସେ ଏସ୍‌ଆରସିରେ ଡିଆଇଜି ଭାବେ କାମ କରୁଥିଲେ । ଖାଲି ମିତ୍ରଭାନୁ ନୁହନ୍ତି, ଖୁବ୍‌ ଶୀଘ୍ର ଆଉ ୫ ଜଣ ଆଇପିଏସ୍‌ ଡେପୁଟେସନ୍‌ରେ ଯିବେ । ସେମାନେ ସରକାରଙ୍କୁ ଅନୁମତି ମାଗିଛନ୍ତି । ଖୁବ୍‌ ଶୀଘ୍ର ତାଙ୍କୁ ଅନୁମତି ମିଳିବ ବୋଲି ଜଣାପଡ଼ିଛି ।

  • Related Posts

    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading
    ମହିଳାଙ୍କୁ ଦଳିଦେଲା ଦନ୍ତା

    କୁଚିଣ୍ଡା : ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଗୋଡାଇ ଗୋଡାଇ ଦଳିଦେଲା ଦନ୍ତା । ମୃତ ମହିଳା ଜଣଙ୍କ ହେଲେ କୁଚିଣ୍ଡା ବନାଞ୍ଚଳ ସଇଡା ଗ୍ରାମର ଅଞ୍ଜଳି କୁସୁମ(୪୬ ବର୍ଷ) । ଗତକାଲି ଠାରୁ ଏକ ୬ ଟିକିଆ ହାତୀପଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ