କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ କ୍ଷେତ୍ରର ବିଭିନ୍ନ ଯୋଜନାର ସମୀକ୍ଷା

ଭୁବନେଶ୍ବର: ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ରାଷ୍ଟ୍ରମନ୍ତ୍ରୀ ରାମଦାସ ଆଠୱାଲେ । ଏହି ଗସ୍ତ ସମୟରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ବିଏମସିର ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର କାର୍ଯ୍ୟାନ୍ବୟନ ସମ୍ପର୍କରେ ଆଲୋଚନା କରିଛନ୍ତି ।

ସମୀକ୍ଷା ବୈଠକରେ ଅନୁସୂଚିତ ଜାତି, ଓବିସିଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଯୋଜନା ସମ୍ପର୍କରେ ଆଲୋଚନା କରି ଛାତ୍ରବୃତ୍ତି, ଉଚ୍ଚ ଶିକ୍ଷା ଓ ଚାକିରୀରେ ସଂରକ୍ଷଣ ସମ୍ପର୍କରେ ପଚାରିବୁଝିଥିଲେ ରାଷ୍ଟ୍ରମନ୍ତ୍ରୀ । ନିକଟରେ ଅନୁସୂଚିତ ଜନଜାତି ଙ୍କ ସଂରକ୍ଷଣ ହାର ୨୨.୫ % କୁ, ଅନୁସୂଚିତ ଜାତିଙ୍କ ସଂରକ୍ଷଣ ହାର ୧୬.୨୫% କୁ ବୃଦ୍ଧି କରିବା ସହ ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ୧୧.୨୫% ସଂରକ୍ଷଣ ବ୍ୟବସ୍ଥା ଏହି ଶିକ୍ଷା ବର୍ଷଠାରୁ ଲାଗୁ କରାଯାଇଛି । ରାଜ୍ୟ ସରକାରଙ୍କ ଏହି ପ୍ରୟାସ ବିଷୟରେ ଜାଣି ସେ ଖୁସି ବ୍ୟକ୍ତ କରିଛନ୍ତି ।

ସେହିପରି ଜନଆକ୍ରୋସର ଶିକାର ହେଉଥିବା ପୀଡିତଙ୍କୁ ଆର୍ଥିକ ସହୟତା ଯୋଗାଇ ଦିଆଯାଉଥିବା ନେଇ ସେ ଖୁସି ବ୍ୟକ୍ତ କରିଥିଲେ । ବର୍ତ୍ତମାନ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗ ନିଜର ଅଧିକାର ସମ୍ପର୍କରେ ଅଧିକ ସଚେତନ ହେଉଥିବା ନେଇ ସୂଚନା ଦେଇଥିଲେ । ରାଜ୍ୟରେ ଆନ୍ତଃଜାତି ବିବାହିତ ଦମ୍ପତ୍ତିଙ୍କୁ କେନ୍ଦ୍ର ସରକାରଙ୍କ ସହାୟତାକ୍ରମେ ୨.୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ପ୍ରଦାନ କରାଯାଉଅଛି । ୨୦୨୪-୨୫ ଓ ୨୦୨୫-୨୬ ଆର୍ଥିକ ବର୍ଷରେ ମୋଟ ୪,୯୫୮ ଦମ୍ପତ୍ତିଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିବା ସୂଚନା ଦିଆଯାଇଥିଲା ।

ଏଥିସହ ଭିନ୍ନକ୍ଷମଙ୍କୁ ଯୋଗାଇ ଦିଆଯାଉଥିବା ସୁବିଧା ସୁଯୋଗ ସମ୍ପର୍କରେ ଆଲୋଚନା କରିଥିଲେ । କେନ୍ଦ୍ର ସରକାରଙ୍କ ପେନସନ୍ ଯୋଜନା ମାଧ୍ୟମରେ ରାଜ୍ୟର ପ୍ରାୟ ୯୦, ୨୮୩ ଭିନ୍ନକ୍ଷମଙ୍କୁ ପେନସନ୍ ଦିଆଯାଉଥିବା ସୂଚନା ଦିଆଯାଇଥିଲା । ଏଥିସହ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ପାଇଁ କାର୍ଯ୍ୟ କରୁଥିବା ସ୍ବତନ୍ତ୍ର ବିଦ୍ୟାଳୟ ଓ ସଂରକ୍ଷଣ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଏଥିସହ ଭିନ୍ନକ୍ଷମ ଶିଶୁମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା, ସେମାନଙ୍କୁ ପ୍ରାରମ୍ଭିକ ସହାୟତା ଯୋଗାଇଦେବା ବିଷୟରେ ଗୁରୁତ୍ବ ଦେଇଥିଲେ ରାଷ୍ଟ୍ରମନ୍ତ୍ରୀ ।

ବୈଠକରେ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଶ୍ରୀ ବି. ପରମେଶ୍ବରନ୍, ଅନୁସୂଚିତ ଜାତି ନିର୍ଦ୍ଦେଶକ ଶ୍ରୀ ଲକ୍ଷ୍ମଣ କୁମାର ମଲ୍ଲିକ, ଓବିସି ନିର୍ଦ୍ଦେଶକ ଶ୍ରୀମତୀ ଯୁଗଳେଶ୍ବରୀ ଦାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଦୀପକ ରାଉତରାୟ, ବିଏମସିର ଅତିରିକ୍ତ ଆୟୁକ୍ତ ଶ୍ରୀମତୀ ସସ୍ମିତା ସାହୁ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍କ ଶାସନ ସଚିବ ଶ୍ରୀମତୀ ଗୀତାଞ୍ଜଳି ନାଏକ, ଶ୍ରୀମତୀ ମଧୁସ୍ମିତା ସାମଲ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

  • Related Posts

    ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ

    ଭୁବନେଶ୍ୱର: ସ୍ମାର୍ଟସିଟିର ଲାଇଫ ଲାଇନ୍ କୁହାଯାଉଥିବା ‘ଆମ ବସ’ ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆମ ବସ୍‌ର ପୁଣି ଆତଙ୍କ । ମଞ୍ଚେଶ୍ୱର ଅଞ୍ଚଳରେ ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ। ସ୍କୁଲ ସାରି…

    Continue reading
    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ