କୋର୍‌ କମିଟି ବୈଠକ, ଯୋଗ ଦେଲେ ନୀତିନ ନବୀନ

ଭୁବନେଶ୍ୱର,: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ କୋର୍ କମିଟି ବୈଠକରେ ଯୋଗ ଦେଇଛନ୍ତି । ସେଠାରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ରହିଛନ୍ତି ।
ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗସ୍ତକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଦଳର ଆଗାମୀ ରଣନୀତି ବାବଦରେ ଆଲୋଚନା କରିବେ। ପୁଣି ସାଢ଼େ ୩ ଭିତରେ ମନ୍ତ୍ରିମଣ୍ଡଳର ସଦସ୍ୟ ସହ ଆଲୋଚନା ହେବ। ସରକାରଙ୍କ ରୋଡ ମ୍ୟାପ୍ ବିଷୟରେ ଆଲୋଚନା ହେବ। ଯେଉଁ ଟ୍ୟାକ୍ସ ଦେଇଛନ୍ତି ସେ ତାର ହିସାବ ନେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ । ସରକାରୀ ସ୍ତରରେ କ’ଣ କ’ଣ କାର୍ଯ୍ୟକ୍ରମ ଚାଲିଛି ସେ ବାବଦରେ ଆଲୋଚନା କରିପାରନ୍ତି । ମନ୍ତ୍ରୀମାନେ ବିଗତ ଦିନରେ କ’ଣ କରିଛନ୍ତି ଏବଂ ଆଗାମୀ ଦିନରେ କ’ଣ କରିବେ ସେ ବିଷୟରେ ଜଣାଇବେ। ବିଜେପି ଏକ ସଂଗଠନ ଆଧାରିତ ଦଳ । କିଭଳି ସରକାର ଓ ସଙ୍ଗଠନ ଭିତରେ ସମନ୍ୱୟ ରହି କାମ ହେବ ସେ ବିଷୟରେ ଆଲୋଚନା କରିବେ ।
କୋର୍ କମିଟି ବୈଠକ ପରେ ସେ ଜଟଣୀ ଯାଇ ଜିଲ୍ଲାସ୍ତରୀୟ ପଣ୍ଡିତ ଦୀନଦୟାଲ ପ୍ରଶିକ୍ଷଣ ମହାଅଭିଯାନ ଶିବିରକୁ ଉଦ୍ଘାଟନ କରିବେ । ମଧ୍ୟାହ୍ନରେ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ । ସେଠାରେ ମହାପ୍ରସାଦ ସେବନ କରିବେ । ଅପରାହ୍ନରେ ପୁଣି ଭୁବନେଶ୍ୱର ଫେରି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଭିନ୍ନ ମୋର୍ଚ୍ଚା ସଭାପତି, ମନ୍ତ୍ରୀ ଓ ସାଂସଦଙ୍କ ବୈଠକରେ ଯୋଗଦେବେ ବୋଲି ସୂଚନା ମିଳିଛି । ବିଜେପି ଆସନ୍ତା ୧୦୦ ବର୍ଷ ପାଇଁ ତାର ପ୍ରସ୍ତୁତି କରୁଛି । ଏଥିପାଇଁ ସବୁ କର୍ମକର୍ତ୍ତାଙ୍କୁ ପ୍ରଶିକ୍ଷଣ ଦିଆଯାଉଛି ।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ