‘କ୍ଷମତାକୁ ଆସିବା ପରେ ଦେଶକୁ ଲୁଟତନ୍ତ୍ରରୁ ରକ୍ଷା କରିଛି’

ଭୁବନେଶ୍ଵର: ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦବୋଧନ। କଂଗ୍ରେସକୁ ମାରିଲେ ତେରଛା ବାଣ। କଂଗ୍ରେସକୁ ଟାର୍ଗେଟ୍ କରି ମୋଦି କହିଛନ୍ତି ଯେ, ୨୦୧୪ରେ କ୍ଷମତାକୁ ଆସିବା ପରେ ଦେଶକୁ ଲୁଟତନ୍ତ୍ରରୁ ରକ୍ଷା କଲି। ୨୦୧୪ ପର୍ଯ୍ୟନ୍ତ କଂଗ୍ରେସ ଦେଶକୁ ଲୁଟ୍ କରୁଥିଲା। ଆମ ସରକାର ୧୨ ଲକ୍ଷ ଟଙ୍କା ଆୟ ପର୍ଯ୍ୟନ୍ତ ଆୟକର ମୁକ୍ତ କରିଛନ୍ତି। କଂଗ୍ରେସ ସରକାର ବେଳେ ୧ ଲକ୍ଷ ଖର୍ଚ୍ଚ ପାଇଁ ୨୫ ହଜାର ଟିକସ ପଡୁଥିଲା। ମାତ୍ର ଆମ ସରକାରରେ ବର୍ତ୍ତମାନ ୧ ଲକ୍ଷରେ କେବଳ ୪ ରୁ ୫ ହଜାର ଟିକସ ଆଦାୟ ହେଉଛି। ଜିଏସଟି କମ୍ ହେବା ସତ୍ତ୍ଵେ ହିମାଚଳ କଂଗ୍ରେସ ସରକାର ଲୁଟ୍ କରୁଛନ୍ତି। ସିମେଣ୍ଟ ଦାମ୍‌ରେ ହିମାଚଳ ସରକାର ନୂଆ ଟିକସ ଲଗାଇଛନ୍ତି। ସାରା ଦେଶ ଜିଏସଟି ଉପକାର ପାଉଥିଲା ବେଳେ ହିମାଚଳବାସୀ ବଞ୍ଚିତ।

ସେହିପରି ମୋଦି କହିଛନ୍ତି ଯେ, ଆଗାମୀ ଦିନରେ ଓଡ଼ିଶାରେ ୨ ସେମିକଣ୍ଡକ୍ଟର ୟୁନିଟ୍ ହେବାକୁ ଯାଉଛି। ଏହି ସେମିକଣ୍ଡକ୍ଟରରୁ ବାହାରୁଥିବା ଚିପ୍ ସବୁ କାର୍ଯ୍ୟରେ ଲାଗିବ। ଏହି ଛୋଟିଆ ଚିପ୍ ସବୁ ଦୈନନ୍ଦିନ ସାମଗ୍ରୀରେ ଲାଗିବ। ଚିପ୍ ଠାରୁ ଆରମ୍ଭ କରି ସିପ୍ ପର୍ଯ୍ୟନ୍ତ ଭାରତ ସବୁଥିରେ ଆତ୍ମନିର୍ଭର ହେବ। ଆମ ଦେଶ କୌଣସି ଦେଶ ଉପରେ ନିର୍ଭର କରିବ ନାହିଁ। ସ୍ଵଦେଶୀ ଜ୍ଞାନକୌଶଳରେ ସିପ୍ ନିର୍ମାଣ ପାଇଁ ୧୭ ହଜାର କୋଟି ମଞ୍ଜୁର ହୋଇଛି। ଯୁବପୀଡ଼ିଙ୍କୁ ଏଥିରୁ ସବୁଠୁ ବେଶି ଫାଇଦା ମିଳିବ। ଓଡ଼ିଶାର ଯୁବପିଢିଙ୍କୁ ରୋଜଗାର ମିଳିବ।

ପିଏମ୍ ପୁଣି କହିଛନ୍ତି ଯେ, ଟେଲିକମ୍ ଟେକ୍ନୋଲୋଜି ପାଇଁ ଯାହା ଦରକାର ତାହା ବିକଶିତ ହେବ। ସାରା ଦେଶରେ ୯୭ ହଜାର ୮୦୦ ରୁ ଅଧିକ ଟେଲିକମ୍ ଟାୱାର କାର୍ଯ୍ୟକ୍ଷମ ହେବ। ଆଗାମୀ ଦିନରେ ବିଏସଏନଏଲ ନୂଆ ଇତିହାସ ରଚିବ। ବିଏସଏନଏଲ ସହ ୫ଜି ଯୋଡ଼ି ହେବାକୁ ଯାଉଛି। ସୀମାନ୍ତରେ ପ୍ରତିକୂଳ ସ୍ଥିତିରେ କାର୍ଯ୍ୟରତ ଯବାନ ଏହି ସେବା ପାଇବେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ