କ୍ୟାବିନେଟ:ଖରିଫ ଧାନ ସଂଗ୍ରହ ପାଇଁ ନୂଆ ନୀତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ମନ୍ତ୍ରୀ ପରିଷଦ ବୈଠକ ପରେ ଅନୁଷ୍ଠିତ ହୋଇଛି ମନ୍ତ୍ରୀ ମଣ୍ଡଳ ବୈଠକ । ମନ୍ତ୍ରୀ ପରିଷଦ ବୈଠକରେ ଆସନ୍ତା ବିଧାନସଭା ଅଧିବେଶନରେ ଆସିବାକୁ ଥିବା ଅତିରିକ୍ତ ବଜେଟକୁ ମଞ୍ଜୁରୀ ମିଳିଛି । ସେହିପରି ୧୦ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି କ୍ୟାବିନେଟ ।
ଖରିଫ ବିପଣନ ଋତୁ ୨୦୨୬-୨୭ ପାଇଁ ରାଜ୍ୟ ସରକାର ନୂତନ ଧାନ ସଂଗ୍ରହ ନୀତି ପ୍ରଣୟନ କରିଛନ୍ତି । ଏହି ନୀତି ଅନୁଯାୟୀ ୫୩ ଲକ୍ଷ ମେଟ୍ରିକ ଟନ ଚାଉଳ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି । ଯାହା ପ୍ରାୟ ୭୮ ଲକ୍ଷ ମେଟ୍ରିକ ଟନ ଧାନ ସହ ସମାନ । ଚାଷୀଙ୍କୁ ଏମ୍‌ଏସ୍‌ପି ଓ ଇନପୁଟ ସହାୟତା ମିଶାଇ କ୍ୱିଣ୍ଟାଲ ପିଛା ୩,୧୦୦ ଟଙ୍କା ମିଳିବ । ଧାନ ସଂଗ୍ରହ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ଡିଜିଟାଲ କରିବା ପାଇଁ P-PAS, ଆଧାର ଇ-କେୱାଇସି, ଭୁଲେଖ ଓ NPCIକୁ ସମନ୍ୱିତ କରାଯିବ। ଚାଷୀଙ୍କ ଆଧାର ସଂଯୁକ୍ତ ବ୍ୟାଙ୍କ ଖାତାକୁ ଧାନ ବିକ୍ରିର ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏମ୍‌ଏସ୍‌ପି ଟଙ୍କା ପ୍ରଦାନ କରାଯିବ ।

ଏଥିସହ ଭାଗଚାଷୀଙ୍କୁ ଧାନ ବିକ୍ରିର ସୁଯୋଗ, ଉପଗ୍ରହ ଚିତ୍ର ମାଧ୍ୟମରେ ଚାଷ ଯାଞ୍ଚ, ପ୍ୟାକ୍ସ ଓ ଲ୍ୟାମ୍ପସ ଜରିଆରେ ଧାନ ସଂଗ୍ରହ ଏବଂ ଅଭିଯୋଗ ପାଇଁ ଟୋଲ୍ ଫ୍ରି ନମ୍ବର ୧୯୬୭ ବ୍ୟବସ୍ଥା ରହିଛି । ଚଳିତ ଖରିଫ ଋତୁରେ ନଭେମ୍ବର ୧ରୁ ଆସନ୍ତା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଧାନ ସଂଗ୍ରହ ଚାଲିବ । ଏହା ଦ୍ୱାରା ଚାଷୀଙ୍କୁ ଉଚିତ ମୂଲ୍ୟ ଓ ସମୟୋଚିତ ଅର୍ଥ ପ୍ରଦାନ ସୁନିଶ୍ଚିତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ।

  • Related Posts

    ଆସିଗଲା ଥଣ୍ଡା

    ଭୁବନେଶ୍ୱର: ଆସିଗଲା ଥଣ୍ଡା । ଅନୁମାନ କରାଯାଉଛି, ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ କମିପାରେ । ଏଭଳି ପାଗ କିଛି ଦିନ ରହିପାରେ । ଏମିତି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ ।ଗତ ୨-୩ ଦିନ ଭିତରେ ରାତି…

    Continue reading
    ଚିଠା ଅତିରିକ୍ତ ବଜେଟକୁ ରାଜ୍ୟ ମନ୍ତ୍ରିପରିଷଦର ଅନୁମୋଦନ

    ଭୁବନେଶ୍ୱର: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଚିଠା ଅତିରିକ୍ତ ବଜେଟକୁ ରାଜ୍ୟ ମନ୍ତ୍ରିପରିଷଦର ଅନୁମୋଦନ ମିଳିଛି । ଅତିରିକ୍ତ ବଜେଟର ମୋଟ ଆକାର ପାଖାପାଖି ୧୮ ହଜାର କୋଟି ହେବ ବୋଲି ସୂଚନା ମିଳିଛି । ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି