କ୍ୟାବିନେଟ ନିଷ୍ପତ୍ତି : କେନ୍ଦୁଝର ଜିଲ୍ଲାରେ ୧୬୪୭କୋଟି ଟଙ୍କାର ଅତ୍ୟାଧୁନିକ ଗ୍ରୀଡ୍ ସବଷ୍ଟେସନ

ଭୁବନେଶ୍ୱର: ରାଜ୍ୟରେ ଶକ୍ତି, ପରିବହନ ଓ ପାନୀୟ ଜଳ କ୍ଷେତ୍ର ସମେତ ୫ଟି ବିଭାଗର ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ କେନ୍ଦୁଝରରେ ୧୬୪୭କୋଟି ଟଙ୍କା ବ୍ୟୟରେ ଅତ୍ୟାଧୁନିକ ଗ୍ରୀଡ୍ ସବଷ୍ଟେସନ ସମେତ ଗ୍ରାମାଂଚଳ ପାନୀୟ ଜଳ ସେବା ପାଇଁ ନୂଆ ନୀତି ଓ ରାଜ୍ୟର ସବୁ ଜିଲ୍ଲା,ବ୍ଲକ ଓ ପର୍ୟ୍ୟଟନସ୍ଥଳୀରେ ଅଟଳ ବସଷ୍ଟାଣ୍ଡ ନିର୍ମାଣ ନିମନ୍ତେ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। କ୍ୟାବିନେଟ୍ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
କ୍ୟାବିନେଟ ନିଷ୍ପତ୍ତି ଅନୁସାରେ, ରାଜ୍ୟର ଶିଳ୍ପାୟନକୁ ଗତିଶୀଳ କରିବା ପାଇଁ କେନ୍ଦୁଝର ଜିଲ୍ଲାରେ ୧୬୪୭କୋଟି ଟଙ୍କା ବ୍ୟୟରେ ୨୫୦୦ଏମଭିଏ ବିଶିଷ୍ଟ ଅତ୍ୟାଧୁନିକ ଗ୍ରୀଡ୍ ସବଷ୍ଟେସନ ନିର୍ମାଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। କେନ୍ଦୁଝର ଜିଲ୍ଲାର ବାସୁଦେବପୁରଠାରେ ଏହି ଅତ୍ୟାଧୁନିକ ଜିଆଇଏସ ଗ୍ରୀଡ୍ ସବଷ୍ଟେସନ ନିର୍ମାଣ କରାଯିବ। ଏହି ନୂତନ ଗ୍ରୀଡ୍ କାର୍ୟ୍ୟକ୍ଷମ ହେଲେ କେନ୍ଦୁଝର ଓ ପାର୍ଶ୍ୱବର୍ତ୍ତୀ ସୁନ୍ଦରଗଡ଼ ଜିଲ୍ଲାର କୋଇଡ଼ା ଅଂଚଳରେ ଥିବା ଶିଳ୍ପାନୁଷ୍ଠାନଗୁଡ଼ିକର ବିଦ୍ୟୁତ ଚାହିଦା ପୂରଣ ହୋଇପାରିବ। ଏହି ଗ୍ରୀଡ୍ ନିର୍ମାଣ ପ୍ରକଳ୍ପଟି ୨୦୨୬-୨୭ ଆର୍ଥିକ ବର୍ଷରୁ ୨୦୨୮-୨୯ ମଧ୍ୟରେ ଶେଷ ହେବ। ଏଥିପାଇଁ ରାଜ୍ୟ ସରକାର ୪୯୪.୧୦ କୋଟି ଟଙ୍କାର ଇକ୍ୱିଟି ସହାୟତା ପ୍ରଦାନ କରିବେ ଓ ଅବଶିଷ୍ଟ ୧୧୫୨.୯୦ କୋଟି ଟଙ୍କା ଓପିଟିସିଏଲ୍ ବିଭିନ୍ନ ବ୍ୟାଙ୍କ ଓ ଆର୍ôଥକ ସଂସ୍ଥା ମାଧ୍ୟମରେ ଯୋଗାଡ଼ କରିବ।

  • Related Posts

    ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

    ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା…

    Continue reading
    ଶିକ୍ଷାନୁଷ୍ଠାନ କ୍ୟାମ୍ପସରେ ବିନା ଅନୁମତିରେ ରାଜନୈତିକ ସଭାକୁ ନା

    ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟରେ ଶୈକ୍ଷିକ ବାତାବରଣକୁ ସୁଧାରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ପ୍ରଥମଥର ପାଇଁ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟକ୍ଷଙ୍କ ନିମନ୍ତେ ୧୧ପୃଷ୍ଠା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ