କ୍ୟାବିନେଟ: ପାନୀୟ ଜଳଯୋଗାଣ ଟେଣ୍ଡର ଓ ଏଲଇଡି ଲଗାଇବା ପାଇଁ ପାଣ୍ଠିକୁ ଅନୁମୋଦନ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ମୋଟ ୬ ଟି ବିଭାଗର ୦୭ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲ ।
ସମ୍ବଲପୁର, ହୀରାକୁଦ ଓ ବୁର୍ଲା ସହରରେ ୨୪ଘଂଟିଆ ପାନୀୟ ଜଳ ଯୋଗାଣ ପାଇଁ ଏକ ବଡ଼ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ ଦେଇଛି । ୩୮୨.୪୦ କୋଟି ଟଙ୍କା (ଜିଏସଟି ବ୍ୟତୀତ) ବ୍ୟୟରେ ଏହି ପ୍ରକଳ୍ପ ଏମ/ଏସ ଇଗଲ ଇନଫ୍ରା ଇଣ୍ଡିଆ ଲିମିଟେଡ ଦ୍ୱାରା କାର୍ୟ୍ୟକାରୀ ହେବ । ଏଥିରେ ୧୧୦ ଏମଏଲଡି କ୍ଷମତାର ଏକ ଜଳ ଗ୍ରହଣ କୂଅ ଓ ୬୫ ଏମଏଲଡି ଏବଂ ୩୫ ଏମଏଲଡି କ୍ଷମତାର ଦୁଇଟି ଜଳ ଶୁଦ୍ଧିକରଣ କେନ୍ଦ୍ର ନିର୍ମାଣ ହେବ । ଏହି କାମ ୧ ସେପେ୍‌ଟମ୍ବର ୨୦୨୫ରୁ ଆରମ୍ଭ ହୋଇ ୩୧ ଅଗଷ୍ଟ ୨୦୨୭ ସୁଦ୍ଧା ଶେଷ ହେବ ।

୧୧୦ଟି ସହରୀ ସ୍ଥାନୀୟ ନିକାୟରେ ଏଲଇଡି ରାସ୍ତା ଆଲୋକ ପ୍ରକଳ୍ପ ପାଇଁ ଓଡ଼ିଶା ନଗର ଭିତ୍ତିଭୂମି ଉନ୍ନୟନ ପାଣ୍ଠି (ଓୟୁଆଇଡିଏଫ)ରୁ ୨୦୦ କୋଟି ଟଙ୍କା ବ୍ୟୟ ପାଇଁ ଅନୁମୋଦନ ମିଳିଛି । ମୋଟ ୩୫୦.୦୪ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ୟ୍ୟକାରୀ ହେବ, ଯାହାର କାମ ଆରମ୍ଭ ପାଇଁ ୬ଟି ସଂସ୍ଥାକୁ କାର୍ୟ୍ୟାଦେଶ ଦିଆଯାଇଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ