କ୍ୟାବିନେଟ: ମୋହନ ସରକାର ଆଣିଛନ୍ତି ନୂତନ ଯୋଜନା ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାକୁ କ୍ୟାବିନେଟର ମୋହର । ଆର୍ଥିକ ବର୍ଷ ୨୦୨୬-୨୭ରୁ ରାଜ୍ୟ ସରକାର ଆରମ୍ଭ କରୁଛନ୍ତି ଏକ ନୂତନ ଯୋଜନା ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ । ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ମାଧ୍ୟମରେ ରାସନ କାର୍ଡ ଧାରୀଙ୍କୁ ମିଳିବ ଆଉ ୫ କେଜି ଚାଉଳ । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧିନସ୍ଥ ହିତାଧିକାରୀଙ୍କୁ ଅତିରିକ୍ତ ଚାଉଳ କୋଟା ବଣ୍ଟନ କରିବା ପାଇଁ ସ୍ଥିର ହୋଇଛି । ୧ କୋଟି ୯୬ ହଜାର ୨୯୭ ପରିବାରର ୩ କୋଟି ୨୮ ଲକ୍ଷ ୫୨ ହଜାର ୪୨୯ ସଦସ୍ୟ ଏହା ଦ୍ୱାରା ଉପକୃତ ହେବେ । ଯୋଜନା ବାବଦରେ ବାର୍ଷିକ ବ୍ୟୟ ବରାଦ ୮,୮୧୩ କୋଟି ଟଙ୍କା ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ମୋହନ ସରକାର ଆଣିଛନ୍ତି ନୂତନ ଯୋଜନା ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ । ଏହି ଯୋଜନାରେ ଖର୍ଚ୍ଚ ହେବାକୁ ଥିବା ଅର୍ଥକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି । କ୍ୟାବିନେଟ ନିଷ୍ପତ୍ତି ବାବଦରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,”ରାଜ୍ୟର ଖାଉଟିଙ୍କ ଆବଶ୍ୟକତା ଅନୁଯାୟୀ, ଚାଉଳ ଉପଲବ୍ଧ କରାଇ ଖାଦ୍ୟ ସୁରକ୍ଷାକୁ ଆହୁରି ସୁଦୃଢ କରିବା ଉଦ୍ଦେଶ୍ୟରେ ଏକ ନୂତନ ଯୋଜନା ଆରମ୍ଭ ହୋଇଛି । ଆର୍ଥିକ ବର୍ଷ ୨୦୨୬-୨୭ରୁ ନୂତନ ଯୋଜନା ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ ମାଧ୍ୟମରେ ରାସନ କାର୍ଡଧାରୀଙ୍କ ପାଇଁ ଅତିରିକ୍ତ ଚାଉଳ ଉପଲବ୍ଧ କରାଯିବ । ‘ଜାତୀୟ ଖାଦ୍ୟ ସୁରକ୍ଷା ଆଇନ’ ବା NFSA ଓ ‘ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା’ ବା SFSS ଅଧିନସ୍ଥ ହିତାଧିକାରୀଙ୍କୁ ଅତିରିକ୍ତ ଚାଉଳ କୋଟା ବଣ୍ଟନ କରିବା ନେଇ ସ୍ଥିର ହୋଇଛି ।”
ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ମାଧ୍ୟମରେ ଟାରଗେଟେଡ୍ ପବ୍ଲିକ ଡିଷ୍ଟ୍ରିବ୍ୟୁସନ ସିଷ୍ଟମ ଅଧିନସ୍ଥ ସମସ୍ତ ହିତାଧିକାରୀ ପରିବାର ମାସିକ ନିୟମିତ ଧାର୍ଯ୍ୟ ଚାଉଳ କୋଟା ବ୍ୟତୀତ ମୁଣ୍ଡ ପିଛା ମାସିକ ୫ କିଲୋଗ୍ରାମ ଅତିରିକ୍ତ ଚାଉଳ ମାଗଣାରେ ବଣ୍ଟନ କରାଯିବ । ରାଜ୍ୟରେ ବର୍ତ୍ତମାନ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୯୭ ଲକ୍ଷ ୯୭ ହଜାର ୫୭୨ ପରିବାରର ୩ କୋଟି ୨୨ ଲକ୍ଷ ୮୯ ହଜାର ୬୯୨ ସଦସ୍ୟ ଉପକୃତ ହେଉଛନ୍ତି । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ୨ ଲକ୍ଷ ୯୮ ହଜାର ୭୨୫ ପରିବାରର ୫ ଲକ୍ଷ ୬୨ ହଜାର ୭୩୭ ସଦସ୍ୟ ଉପକୃତ ହେଉଛନ୍ତି । ଉଭୟ ଯୋଜନାରେ ସମୁଦାୟ ୧ କୋଟି ୯୬ ହଜାର ୨୯୭ ପରିବାରର ୩ କୋଟି ୨୮ ଲକ୍ଷ ୫୨ ହଜାର ୪୨୯ ସଦସ୍ୟ ଉପକୃତ ହେଉଛନ୍ତି । ଏହି ସମସ୍ତ ହିତାଧିକାରୀ ବର୍ତ୍ତମାନ ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ର ସୁବିଧା ପାଇବେ ।
ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ସମ୍ବନ୍ଧୀୟ ମାସିକ ହାରାହାରି ୧.୬୪ ଲକ୍ଷ ମେଟ୍ରିକ ଟନ୍ ଆବଶ୍ୟକ ପଡିବ । ଏହି ହିସାବରେ ବାର୍ଷିକ ହାରାହାରି ୧୯.୭୧ ଲକ୍ଷ ମେଟ୍ରିକ ଟନ୍ ଚାଉଳ ରାଜ୍ୟର ଟାରଗେଟେଡ ପବ୍ଲିକ ଡିଷ୍ଟ୍ରିବ୍ୟୁସନ ସିଷ୍ଟମ ଅଧିନସ୍ଥ ହିତାଧିକାରୀଙ୍କୁ ଦେୟମୁକ୍ତ ଚାଉଳ ବଣ୍ଟନ କରାଯିବ । ଏହି ବାବଦରେ ମାସିକ ଖର୍ଚ୍ଚ ହାରାହାରି ୭୩୪ କୋଟି ଟଙ୍କା ହେବ । ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବାର୍ଷିକ ବ୍ୟୟ ବରାଦ ୮,୮୧୩ କୋଟି ଟଙ୍କା କରାଯିବାର ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । ଏହା ଦ୍ୱାରା ରାଜ୍ୟର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ସୁଦୃଢ଼ ହୋଇପାରିବ ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ