ଖଣି ଅଧିକାରୀଙ୍କୁ ପିଟିଲେ ବାଲି ମାଫିଆ

କେନ୍ଦୁଝର :କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଖଣି ଅଧିକାରୀଙ୍କ ସହ ଅନ୍ୟ କର୍ମଚାରୀଙ୍କୁ ପିଟିଲେ ବାଲି ମାଫିଆ। ବାଲି ମାଫିଆଙ୍କ ଆକ୍ରମଣରେ ଖଣି ଅଧିକାରୀ ଗୁରୁତର ଆହତ ହୋଇଛନ୍ତି। ଖଣି ଅଧିକାରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରତ୍ୟେକ ଦିନ ଆନନ୍ଦପୁର ଉପଖଣ୍ଡର ବୈତରଣୀ, କୁଶେଇ ଓ ରେମାଳ ନଦୀର ବିଭିନ୍ନ ବାଲିଘାଟରୁ ଶହ ଶହ ଟ୍ରିପ୍ ବାଲି ମାଫିଆମାନେ ଚୋରାଚାଲାଣ କରିଥାନ୍ତି। ଗତକାଲି ମଧ୍ୟ ଚାଲାଣ କରାଯାଉଥିଲା। ଗତକାଲି ବିଳମ୍ବିତ ରାତିରେ ଖଣି ଅଧିକାରୀଙ୍କ ସହ ତାଙ୍କ ଟିମ୍ ଆସି ଚଢ଼ାଉ କରିଥିଲେ। ଏହି ସମୟରେ ବାଲି ମାଫିଆମାନେ ସେମାନଙ୍କୁ ଘେରି ଯାଇଥିଲେ। ଠେଙ୍ଗା, ଧାରୁଆ ଅସ୍ତ୍ର ଧରି ଆକ୍ରମଣ କରିଥିଲେ। ଖଣି ଅଧିକାରୀଙ୍କ ସମେତ ଅନ୍ୟ କର୍ମଚାରୀଙ୍କୁ ଘୋଷାଡ଼ି ଘୋଷାଡ଼ି ରାସ୍ତା ଉପରେ ମାଡ଼ ମାରିଥିଲେ। ଏଥିସହ ଗାଡ଼ି ଭଙ୍ଗାରୁଜା କରିଥିଲେ। ପରେ ସେହି ରାସ୍ତା ଦେଇ ଏକ ଆମ୍ବୁଲାନ୍ସ ସାଇରନ ମାରି ଆସିଥିଲା। ବାଲି ମାଫିଆ ମାନେ ପୁଲିସ ଗାଡ଼ି ଭାବି ସେଠାରୁ ଚମ୍ପଟ ମାରିଥିଲେ। ପରେ ଘସିପୁରା ପୁଲିସ ଯାଇ ଖଣି ଅଧିକାରୀ ସମେତ ଅନ୍ୟ କର୍ମଚାରୀଙ୍କୁ ଉଦ୍ଧାର କରିଥିଲା।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ