ଖରାଦିନେ ଆଇନଜୀବୀଙ୍କ ପାଇଁ କଳାକୋଟ୍‌ ଇଚ୍ଛାଧୀନ

କଟକ:ସୁପ୍ରିମକୋର୍ଟ ଏବଂ ହାଇକୋର୍ଟ ବ୍ୟତୀତ ଅନ୍ୟ ସମସ୍ତ କୋର୍ଟରେ ରାଜ୍ୟ ଆଇନଜୀବୀ ପରିଷଦର ଆଇନଜୀବୀମାନଙ୍କ ନିମନ୍ତେ ଗ୍ରୀଷ୍ମକାଳୀନ ପୋଷାକ ସଂକ୍ରାନ୍ତୀୟ ନିର୍ଦ୍ଦେଶନାମା ଶୁକ୍ରବାର ଜାରି କରାଯାଇଛି। ଅତ୍ୟନ୍ତ ଗରମ ତଥା ଅସମ୍ଭାଳ ତାତିକୁ ଦୃଷ୍ଟିରେ ରଖି ରାଜ୍ୟ ଆଇନଜୀବୀ ପରିଷଦ ଗ୍ରୀଷ୍ମ ସମୟରେ ଆଇନଜୀବୀଙ୍କ ନିମନ୍ତେ ସାଧାରଣତଃ ପରିଧାନ କରାଯାଉଥିବା ବୃତ୍ତିଗତ ପୋଷାକ ନିୟମରେ ବାର୍‌ କାଉନ୍‌ସିଲ ଅଫ୍‌ ଇଣ୍ଡିଆ ଅଧିନିୟମ ଅନୁଯାୟୀ କୋହଳ ନିଷ୍ପତ୍ତି ନେଇଛନ୍ତି। ସୁପ୍ରିମ୍‌କୋର୍ଟ ଓ ହାଇକୋର୍ଟ ବ୍ୟତୀତ ଜିଲା ତଥା ଅନ୍ୟ କୋର୍ଟଗୁଡିକରେ ଆଇନଜୀବୀଙ୍କ ପାଇଁ ଆଡ୍‌ଭୋକେଟ୍‌ ଗାଉନ୍‌ ପରିଧାନ ଇଚ୍ଛାଧୀନ କରାଯାଇଛି। ତେଣୁ ଗ୍ରୀଷ୍ମଋତୁରେ ସୁପ୍ରିମକୋର୍ଟ ଏବଂ ହାଇକୋର୍ଟ ବ୍ୟତୀତ ଜିଲା ତଥା ଅନ୍ୟ କୋର୍ଟରେ ଧଳା ଶାର୍ଟ, କଳା ପ୍ୟାଣ୍ଟ କିମ୍ବା କଳାଧଳା ଗାରଯୁକ୍ତ କିମ୍ବା ଧୂସର ରଙ୍ଗର ପ୍ୟାଣ୍ଟ ଏବଂ ଧଳା ଟାଇ (ଗଳାବନ୍ଧ) ଓ କଲାର ବ୍ୟବହାର କରିପାରିବେ। ଏହି ପୋଷାକ ସମ୍ବନ୍ଧୀୟ ନିୟମ ଏପ୍ରିଲ ୬ରୁ ଜୁନ୍‌ ୩୦ ତାରିଖ ପର୍ୟ୍ୟନ୍ତ ବଳବତ୍ତର ରହିବ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ