ଖରିଫ ଫସଲ ୨୦୨୫-୨୬ ପାଇଁ ଆନ୍ତଃମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର-୦୮/୦୯:ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଖରିଫ ୨୦୨୫-୨୬ ଋତୁରେ ଫସଲ କ୍ରୟ ନିମନ୍ତେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଅନୁଷ୍ଠିତ ବୈଠକରେ ଚାଷୀଙ୍କ ସୁବିଧାକୁ ପ୍ରାଥମିକତା ଦେବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ଏବେଠାରୁ ଆନ୍ତଃବିଭାଗୀୟ ସମନ୍ଵୟରେ ସ୍ଥାୟୀ ମଡେଲ ମଣ୍ଡି ପ୍ରସ୍ତୁତ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି । ଆସନ୍ତା ନଭେମ୍ବର ମାସ ଶେଷ ଆଡକୁ ଖରିଫ ଫସଲର ପ୍ରୋକ୍ୟୁରମେଣ୍ଟ କରିବାକୁ ସରକାର ଯୋଜନା କରିଛନ୍ତି । ତଦନୁଯାୟୀ, ରୋଡ଼ମ୍ୟାପ ପ୍ରସ୍ତୁତି ଚାଲିଛି । ସରକାରଙ୍କ ଦ୍ୱାରା ୮୦୦ ଟଙ୍କା ଅତିରିକ୍ତ ଇନପୁଟ ସହାୟତା ଭାବେ ମିଳିବା କାରଣରୁ ବହୁ ଅଣଧାନ ଚାଷୀ ମଧ୍ୟ ଧାନ ଫସଲ ପାଇଁ ଆଗ୍ରହ ପ୍ରକାଶ କରି ଚଳିତ ବର୍ଷ ଧାନ ଚାଷ କରିଛନ୍ତି । ତେଣୁ ପୂର୍ବବର୍ଷ ତୁଳନାରେ ନୂଆ ଚାଷୀଙ୍କ ପଞ୍ଜିକରଣରେ ୨୯ ପ୍ରତିଶତ ବୃଦ୍ଧି ଘଟିଛି ।
ଏହାବ୍ୟତୀତ, ଧାନ କ୍ରୟ ପରବର୍ତ୍ତୀ ପରିଚାଳନା ପାଇଁ ଅଧିକ ସଂଖ୍ୟକ ଗୋଦାମ ନିର୍ମାଣ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ଏସବୁ ଏଫ୍ସିଆଇ, ସମବାୟ ବିଭାଗ, ୱେର ହାଉସିଂ କର୍ପୋରେସନ ଦ୍ୱାରା କରାଯିବ । ସେହିଭଳି ଏଫ୍ସିଆଇ ଦ୍ୱାରା ନିର୍ଦ୍ଦିଷ୍ଟ ପରିମାଣର ଚାଉଳ ପ୍ରୋକ୍ୟୁରମେଣ୍ଟ କରାଯିବା ବାଦ ବଳକା ଚାଉଳର ସୁପରିଚାଳନା ପାଇଁ ସରକାରଙ୍କ ତରଫରୁ ଇଥାନଲ ପ୍ଲାଣ୍ଟକୁ ଯୋଗାଣ, ଦାରିଦ୍ର୍ୟ ସୀମାରେଖା ତଳେ ଥିବା ପରିବାରକୁ ବିଭିନ୍ନ ଯୋଜନା ମାଧ୍ୟମରେ ମାଗଣାରେ ଚାଉଳ ବଣ୍ଟନ, ଅନ୍ୟଦେଶକୁ ରପ୍ତାନୀ ଭଳି ବିଭିନ୍ନ ଯୋଜନା ବିଷୟରେ ଆଲୋଚନା କରାଯାଇଛି । ଏବଂ ଅଧିକ ସଂଖ୍ୟକ ରାଇସ୍ ମିଲ ଖୋଲିବା, ପୂର୍ବରୁ ଥିବା ମିଲ ଗୁଡିକୁ ଅପଗ୍ରେଡ କରି ହାଇବ୍ରିଡ଼ ମିଲରେ ପରିଣତ କରିବା ଉପରେ ମଧ୍ୟ ଆଲୋଚନା କରାଯାଇଛି ।
ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା, ପ୍ରମୁଖ ଶାସନ ସଚିବ, ଅର୍ଥ ଶ୍ରୀ ସଂଜୀବ କୁମାର ମିଶ୍ର, କୃଷି ଡ଼ ଅରବିନ୍ଦ କୁମାର ପାଢ଼ୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଶ୍ରୀ ସଞ୍ଜୟ କୁମାର ସିଂହ, କମିଶନର ତଥା ଶାସନ ସଚିବ, ସମବାୟ ଶ୍ରୀ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଉପସ୍ଥିତ ରହି ପ୍ରସ୍ତୁତି ବିଷୟରେ ନିଜର ସୁଚିନ୍ତିତ ମତାମତ ପୋଷଣ କରିଥିଲେ ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ