ଖାଲିପଡ଼ିଛି ୫୦୧୪ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ୫୦୧୪ଟି ଡାକ୍ତରୀ ପଦବୀ ଖାଲି ପଡ଼ିଛି । ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି ।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ୧୧୧୪ ସ୍ପେଶାଲିଷ୍ଟ ଡାକ୍ତରଙ୍କ ସହ ୫୦୧୪ ଡାକ୍ତର ପଦବୀ ଖାଲି ପଡ଼ିଛି । ୩୦ଟି ଜିଲ୍ଲାରେ ୩୭୫ଟି ସିଏଚସିରେ ଡାକ୍ତର ନାହାନ୍ତି । ସର୍ବାଧିକ ଗଞ୍ଜାମରେ ୪୫୦ ଓ ମୟୂରଭଞ୍ଜରେ ୩୦୯ ପଦବୀ ଖାଲି ପଡ଼ିଛି । ସେହିପରି ଖୋର୍ଦ୍ଧାରେ ୧୨, କଟକରେ ୨୮୧ ଡାକ୍ତରୀ ପଦବୀ ଖାଲି ପଡ଼ିଛି । ମୟୂରଭଞ୍ଜ ଓ ଗଞ୍ଜାମରେ ସର୍ବାଧିକ ୮୭ଟି ଲେଖାଏଁ ସ୍ପେଶାଲିଷ୍ଟ ଡାକ୍ତରୀ ପଦବୀ ଖାଲି ପଡ଼ିଛି ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ସୂଚନା ଦେଇଛନ୍ତି ।

ଅନ୍ୟପକ୍ଷରେ ମୋଟ ୧୯୬ ଜଣ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଦୀର୍ଘ ଦିନ ଛୁଟିରେ ଥିବା ସମ୍ପୃକ୍ତ ୧୯୬ ଜଣ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ।
ଶ୍ରୀ ମହାଲିଙ୍ଗ କହିଛନ୍ତି ଯେ ରାଜ୍ୟ ସରକାର ଶୂନ ସହନଶୀଳତା ଉପରେ କାର୍ଯ୍ୟ କରୁଛନ୍ତି । ନିୟମ ଅନୁସାରେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ୧୯୬ ଜଣ ଡାକ୍ତର ବିଭିନ୍ନ କାରଣ ଦର୍ଶାଇ ଛୁଟିରେ ରହିଛନ୍ତି ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ