ଖୁବଶୀଘ୍ର ରାଜ୍ୟରେ ଗଡ଼ିବ କ୍ୟାନ୍ସର କେୟାର ଭ୍ୟାନ୍

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟରେ ଗଡ଼ିବ କ୍ୟାନ୍ସର କେୟାର ଭ୍ୟାନ୍ । ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କ୍ୟାନ୍ସର କେୟାର କ୍ଷେତ୍ରରେ ଓଡ଼ିଶାକୁ ଏକ ମଡେଲ୍ ରାଜ୍ୟରେ ପରିଣତ କରିବା ଲକ୍ଷ୍ୟ ରହିଥିବା ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ।

କ୍ୟାନ୍ସର ଚିକିତ୍ସାକୁ କେବଳ ବଡ଼ ସହର ମଧ୍ୟରେ ସୀମିତ ନରଖି ରାଜ୍ୟର ପ୍ରତ୍ୟେକ ଜିଲ୍ଲା ଓ ରୋଗୀଙ୍କ ନିକଟରେ ପହଞ୍ଚାଇବାକୁ ଓଡ଼ିଶା ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ଏହାସହ ରାଜ୍ୟର ୩୨ଟି ଜିଲ୍ଲା ହସ୍ପିଟାଲରେ ଡେ-କେୟାର ସିଷ୍ଟମ୍ ଲାଗୁ କରାଯିବ । ଏହି ବ୍ୟବସ୍ଥା ଲାଗୁ ହେଲେ କ୍ୟାନ୍ସର ରୋଗୀଙ୍କୁ ପ୍ରତିଥର ଚିକିତ୍ସା ପାଇଁ ଦୂର ଜିଲ୍ଲା କିମ୍ବା କଟକ ଯିବାକୁ ପଡ଼ିବ ନାହିଁ ।

କ୍ୟାନ୍ସର ଚିହ୍ନଟ ହେବା ପରେ ରୋଗୀ ଆଚାର୍ଯ୍ୟ ହରିହର କ୍ୟାନ୍ସର ସେଣ୍ଟରରେ ପ୍ରଥମ କେମୋଥେରାପି ନେବେ । ଏହାପରେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଆବଶ୍ୟକ ପରବର୍ତ୍ତୀ କେମୋଥେରାପି ନିଜ ଜିଲ୍ଲା ହସ୍ପିଟାଲରେ ନେଇପାରିବେ । ଫଳରେ ରୋଗୀ ଓ ତାଙ୍କ ପରିବାରକୁ ବାରମ୍ବାର ଦୂର ସ୍ଥାନକୁ ଯାତାୟାତ କରିବାର ଖର୍ଚ୍ଚ ଓ ଅନ୍ୟାନ୍ୟ ଆର୍ଥିକ ବୋଝରୁ ଆଶ୍ୱସ୍ତି ମିଳିବ । ସେହିପରି କ୍ୟାନ୍ସର ଚିହ୍ନଟ ହେଲେ ଆଚାର୍ଯ୍ୟ ହରିହର କ୍ୟାନ୍ସର ସେଣ୍ଟରରେ ମାଗଣା ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଥିବା ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ନୂଆ ବ୍ୟବସ୍ଥା ଦ୍ୱାରା ଗ୍ରାମାଞ୍ଚଳର କ୍ୟାନ୍ସର ରୋଗୀମାନେ ନିଜ ଅଞ୍ଚଳରେ ଅଧିକ ସହଜରେ ଚିକିତ୍ସା ସୁବିଧା ପାଇପାରିବେ ବୋଲି ଆଶା କରାଯାଉଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ