ଗଛରେ ପିଟିହେଲା ପିକଅପ୍: ୨ମୃତ

ଭୟଙ୍କର ଦୁର୍ଘଟଣା। ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତା ପାର୍ଶ୍ୱ ଗଛରେ ପିଟିହେଲା ପିକ୍‌ଅପ୍‌। ଗାଡ଼ି ଚାଳକଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ବଲାଙ୍ଗିର ଜିଲ୍ଲାରେ ଘଟିଛି।
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍‌ଅପ୍‌ ଭ୍ୟାନ୍‌ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା। ସ୍ଥାନୀୟ ଲୋକେ ଏନେଇ ପାଟଣାଗଡ଼ ଥାନାକୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଗାଡ଼ି ଭିତରୁ ଡ୍ରାଇଭର ଓ ଡ୍ରାଇଭରଙ୍କ ସହଯୋଗୀଙ୍କ ମୃତ୍ୟୁ ମୃତଦେହ ଉଦ୍ଧାର କରିଥିଲା। ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି ।
ସେପଟେ ଆଜି ଭୋରୁ ଭୋରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ପୋଡ଼ଛାପର ଛକ ନିକଟରେ ଘଟିଥିଲା। କଳାହାଣ୍ଡି ଜିଲ୍ଲା ଉତ୍କେଲା ଅଂଚଳରୁ ଆସିଥିବା ଏକ ମେଲୋଡି ଗାଡି ପଦ୍ମପୁର ଅଂଚଳରେ ପୋଗ୍ରାମ ସାରି ଘରକୁ ଫେରୁଥିବା ବେଳେ ପାଟଣାଗଡ଼ -ବେଲପଡା ରାସ୍ତା ପୋଡ଼ଛାପର ଗାଁ ନିକଟରେ ଭାରସାମ୍ୟ ହରାଇ ବ୍ରିଜ୍‌ ବାଡ଼ା ଉପରକୁ ଚଢିଯାଇଛି। ସୌଭାଗ୍ୟକୁ ଏଥିରେ କେହି ମୃତାହତ ହୋଇନାହାନ୍ତି।

Related Posts

କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

Continue reading
ଜଗାକୁ ଦରକାର ଦ୍ବିତୀୟ ଅପରେସନ୍

ଭୁବନେଶ୍ୱର: ଜଗାକୁ ଦରକାର ଦ୍ବିତୀୟ ଅପରେସନ୍। ବହୁଚର୍ଚ୍ଚିତ କନ୍ଧମାଳ ଜିଲ୍ଲାର ଯୋଡାମୁଣ୍ଡ ଶିଶୁ ଜଗା ସୁସ୍ଥ ହେଉଛି। କିନ୍ତୁ ତାକୁ ଦରକାର ଦ୍ବିତୀୟ ଅପରେସନ୍। ଆଜି ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ଏମ୍ସ ନିର୍ଦ୍ଦେଶକ ତଥା ବରିଷ୍ଠ ସର୍ଜନ ଡାକ୍ତର ଅଶୋକ…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ