ଗଛରେ ପିଟି ହୋଇ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ଢେଙ୍କାନାଳ: ଗଛରେ ପିଟି ହୋଇ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ । ଗାଡ଼ିରେ ଚାପି ହୋଇ ରହିଲେ ଡ୍ରାଇଭର । ଢେଙ୍କାନାଳ ଜିଲ୍ଲା ସଦର ଥାନା ମହିଷାପାଟ ନିକଟରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଡ୍ରାଇଭର ଗାଡି ଭିତରେ ଚାପିହୋଇ ରହିଥିବା ବେଳେ ତାଙ୍କୁ ବହୁ କଷ୍ଟରେ ଆଗ୍ନିଶମ ବାହିନୀ ଉଦ୍ଧାର କରିଛି । ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ, ଆମ୍ବୁଲାନ୍ସଟି ଢେଙ୍କାନାଳରୁ ଶଙ୍କରପୁର ଆଡକୁ ଯାଉଥିଲା। ମହିଷାପାଟ ଆରଟିଓ ଡ୍ରାଇଭିଂ ଟେଷ୍ଟିଂ ସେଣ୍ଟର ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵରେ ଥିବା ଏକ ବଡ଼ ଗଛରେ ପିଟି ହୋଇଥିଲା । ଗାଡିରେ ଅନ୍ୟ କେହି ନଥିବା ବେଳେ ଡାଇଭର କ୍ୟାବିନ୍‌ରେ ଚାପି ହୋଇ ରହିଯାଇଥିଲେ । ଖବର ପାଇ ଢେଙ୍କାନାଳ ଅଗ୍ନିଶମ ବାହିନୀ ପହଞ୍ଚି ହାଇଡ୍ରୋଲିକ୍ କଟର ସାହାଯ୍ୟରେ ଉଦ୍ଧାର କରିଥିଲା।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ