ଭୁବନେଶ୍ବର,28/08: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ, ମା ମାଟି ଓ ଇଷ୍ଟ ଦେବୀଙ୍କୁ ପୂଜା କରିବାର ପର୍ବ ହେଉଛି ନୂଆଖାଇ । ଚାଷୀ ତାର ପ୍ରଥମ ଫସଲକୁ ଇଷ୍ଟ ଦେବୀଙ୍କ ପାଖରେ ଲାଗି କରିବା ପରେ ସହପରିବାରଙ୍କ ସହ ମିଶି ଏକାଠି ନୂଆ ଖାଇଥାନ୍ତି । ଏହା ହେଉଛି ନୂଆ ଖାଇ ପର୍ବର ସ୍ୱତନ୍ତ୍ର ପରମ୍ପରା । ବନ୍ଧୁ ବାନ୍ଧବ ସମସ୍ତେ ରାଗ ରୋଷ, ମାନ ଅଭିମାନ ଭୁଲି ପରିବାର ସାରା ଏକାଠି ବସି ନବାନ୍ନ ଭକ୍ଷଣ କରନ୍ତି । ନୂଆଖାଇ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।
ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍
ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…







