ଗାନ୍ଧୀ ଜୟନ୍ତୀରେ ରୋଗୀଙ୍କୁ ଫଳ ଓ ଶୁଖିଲା ଖାଦ୍ୟ ବଣ୍ଟନ

ରାଇକିଆ: ଗାନ୍ଧୀ ଜୟନ୍ତୀ ଅବସରରେ କନ୍ଧମାଳ ପାଷ୍ଟର ଆସୋସିଏସନ ଟ୍ରଷ୍ଟ, ରାଇକିଆ ପକ୍ଷରୁ ରାଇକିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ରୋଗୀମାନଙ୍କୁ ଭେଟିବା ସହ ଫଳ ଓ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ।ବିଶେଷକରି ମା’ ଗୃହରେ ରହୁଥିବା ମହିଳାମାନେ ଏବଂ ପ୍ରସୂତି ବିଭାଗରେ ଚିକିତ୍ସିତ ମା’ ଓ ଶିଶୁମାନଙ୍କୁ ଟ୍ରଷ୍ଟ ପକ୍ଷରୁ ଫଳ ଓ ଶୁଖିଲା ଖାଦ୍ୟ ପ୍ରଦାନ କରାଯାଇଥିଲା। ରୋଗୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ସହ ସଦସ୍ୟମାନେ ଆଲୋଚନା କରି ସେମାନଙ୍କ ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଏହି ସେବା କାର୍ଯ୍ୟରେ ରାଇକିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ଃ ଶ୍ରୀନିବାସ ପାତ୍ର ଓ ଆୟୁଷ ଡ଼ଃ ଚନ୍ଦନା ମିଶ୍ର ସହଯୋଗ କରିଥିଲେ।ଏହା ପୂର୍ବରୁ କନ୍ଧମାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ହାତୀ ଉପଦ୍ରବରେ ମୃତ୍ୟୁବରଣ କରିଥିବା ପରିବାରଗୁଡ଼ିକୁ ମଧ୍ୟ ଟ୍ରଷ୍ଟ ପକ୍ଷରୁ ସାକ୍ଷାତ କରାଯାଇ ସହାୟତାର ହାତ ବଢ଼ାଯାଇଥିଲା। ଅଡାସୀକୁପା, ମାଲାନସୁଗା, ସୁଯେଲି ଓ ଡାଙ୍ଗାଏଜୁ ଗ୍ରାମକୁ ଟ୍ରଷ୍ଟର ସଦସ୍ୟମାନେ ଯାଇ ହାତୀ ଆକ୍ରମଣରେ ପ୍ରଭାବିତ ପରିବାରଙ୍କୁ ଭେଟିବା ସହ ସେମାନଙ୍କ ଦୁଃଖରେ ସାମିଲ ହୋଇଥିଲେ।ଏହି ସେବା କାର୍ଯ୍ୟକ୍ରମରେ କନ୍ଧମାଳ ପାଷ୍ଟର ଆସୋସିଏସନ ଟ୍ରଷ୍ଟର ସଭାପତି ଥୋମାସ ନାୟକ, ଉପସଭାପତି ସନ୍ତୋଷ ଦିଗାଲ, ସମ୍ପାଦକ ଅମିତ କୁମାର ନାୟକ, ଯୁଗ୍ମ ସମ୍ପାଦକ ଅବକାଶ ନାୟକ, କୋଷାଧ୍ୟକ୍ଷ ବାବୁଲା ଦିଗାଲ, ପରାମର୍ଶଦାତା ଦାନିଏଲ ନାୟକ, ଦିଲୀପ ପ୍ରଧାନ, ଅଜିତ ନାୟକ, ଆନନ୍ଦ ଦିଗାଲ ପ୍ରମୁଖ ଉପସ୍ଥିତ ଥିଲେ।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ