ଗୃହ ଅପରାହ୍ନ ୪ ଟା ଯାଏଁ ମୁଲତବି

ଭୁବନେଶ୍ୱର: ଆଜିଥିଲା ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ପର୍ୟ୍ୟାୟର ସପ୍ତମ ଦିନ। ସପ୍ତମ ଦିନରେ ବିଧାନସଭାରେ ଦେଖାଦେଇଥିଲା ଏସସିବି ତାତି। ପ୍ରଶ୍ନକାଳ ଆରମ୍ଭହେବା ମାତ୍ରେ ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇ ଜୋରଦାର ହଟ୍ଟଗୋଳ କରିଥିଲେ ବିରୋଧି। ଯାହାକୁ ଦୃଷ୍ଟିରେ ରଖି ବିଧାନସଭାକୁ ସାଢେ ୧୧ ଯାଏଁ ମୁଲତବୀ ରଖିଥିଲେ ବାଚସ୍ପତି ସୁରମା ପାଢୀ । ପରେ ଆରମ୍ଭ ହୋଇଥିଲା ଗୃହ। ସେତେବେଳେ ବି ବିରୋଧି ହୋ ହଲ୍ଲା କରିଥିଲେ। ବାଧ୍ୟ ହୋଇ ବାଚସ୍ପତ୍ତି ଗୃହକୁ ଅପରାହ୍ନ ୪ ଟା ଯାଏଁ ଗୃହକୁ ମୁଲତବି କରିଥିଲେ।

ବିଧାନସଭା ବଜେଟ୍ ଅଧିବେଶନର ସପ୍ତମ ଦିନରେ ଗୃହ କାର୍ୟ୍ୟ ଆରମ୍ଭ ହେବା ମାତ୍ରେ ହୋହାଲ୍ଲା ଏବଂ ନାରାବାଜିରେ କମ୍ପିଥିଲା ବିଧାନସଭା । ଗୃହର ମଧ୍ୟଭାଗକୁ ଆସି ହୋହାଲ୍ଲା ଏବଂ ନାରାବାଜି କରିଥିଲେ ବିରୋଧୀ କଂଗ୍ରେସ ଏବଂ ବିଜେଡି । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଥିଲେ ବିରୋଧୀ । ଗୃହରେ ବିରୋଧ ଏବଂ ହଙ୍ଗାମା ଯୋଗୁଁ ଗୃହ କାର୍ୟ୍ୟ ଦୁଇ ଥର ମୁଲତବୀ କରିଥିଲେ ବାଚସ୍ପତି।

ସେପଟେ ବିଧାନସଭା ମୁଲତବୀ ପରେ ବି ଥମିନଥିଲା ବିରୋଧୀଙ୍କ ବିରୋଧ ପ୍ରଦର୍ଶନ । ଗୃହ ବାହାରେ ବିରୋଧୀ ସଦସ୍ୟମାନେ କୋକେଇ ଶୋଭାଯାତ୍ରା ଆରମ୍ଭ କରିଥିଲେ । ରାମ୍‌ ନାମ୍‌ ସତ୍ୟ ହେ ନାରାରେ କମ୍ପିଥିଲେ ବିଧାନସଭା ପରିସର। ବିଜେଡି ସଦସ୍ୟମାନେ ପ୍ରତିକାତ୍ମକ କୋକେଇ କରି ବିରାଟ ଶୋଭାଯାତ୍ରା କରିଥିଲେ।ଏଥିରେ କଂଗ୍ରେସ ସଦସ୍ୟମାନେ ବି ବିଜେଡି ସଦସ୍ୟଙ୍କ ସାଥ୍‌ ଦେଇଥିଲେ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ